୩ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 2, 2022

୩ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୨ବର୍ଷ ହେଲା କରୋନା କଟକଣା ପାଇଁ ଫିକା ପଡ଼ିଥିଲା ଶାରଦୀୟ ଦୁର୍ଗା ପୂଜା। ଏଥର କିନ୍ତୁ କଟକଣାମୁକ୍ତ ପୂଜା ପାଇଁ ଅନୁମତି ମିଳିଥିଲେ ବି ପୂଜା ମଉଜ ଫିକା ପଡ଼ିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଅଷ୍ଟମୀ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ।

ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ସେହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼। ସେହିପରି ଆଉ ୪ଟି ଜିଲ୍ଲା- ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୫ ତାରିଖ ବା ବୁଧବାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

The post ୩ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on Odisha Reporter.



from Odisha Reporter https://ift.tt/T95jwZG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages