ଗଭୀର ଅବପାତରେ ପରିଣତ ହେଲା ଅବପାତ, ଆସନ୍ତା ୧୨ଘଣ୍ଟାରେ ନେବ ବାତ୍ୟାର ରୂପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 22, 2022

ଗଭୀର ଅବପାତରେ ପରିଣତ ହେଲା ଅବପାତ, ଆସନ୍ତା ୧୨ଘଣ୍ଟାରେ ନେବ ବାତ୍ୟାର ରୂପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଗତକାଲି ସୃଷ୍ଟି ହୋଇଥିବା ଅବପାତ ଆଜି ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲିର ଅବପାତ ଘନୀଭୂତ ହୋଇ ଆଜି ସକାଳ ସମୟରେ ଗଭୀର ଅବପାତର ରୂପ ନେଇ ପୂର୍ବ କେନ୍ଦ୍ରୀୟବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୧୨ ଘଣ୍ଟାରେ ଏହା ବାତ୍ୟାରେ ପରିଣତ ହେବ।  ପରେ ଏହା ମୋଡ଼ ବଦଳାଇ ଉତ୍ତର ପୂର୍ବ ଦିଗରେ ଗତିକରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ଆସନ୍ତା ୨୫ ତାରଖର ତିନ୍‌କୋନା ଓ ସାନଦୀପ ଅଞ୍ଚଳରେ ଏହା ଉପକୂଳ ଅତିକ୍ରମ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହା ପ୍ରଭାବରେ ୨୩ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୪ରୁ ୨୫ ତାରିଖ ଭିତରେ ଓଡ଼ିଶା ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବା ସମୟରେ ଉପକୂଳ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବା ସହ ପବନ ବି ବଢ଼ିବ। ତେଣୁ ୨୪ ତାରିଖରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର।

ଏହାସହ ୨୫ ତାରିଖରେ ଉତ୍ତର ଉପକୂଳର ୩ ଜିଲ୍ଲା- ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ତଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି  ୭୦ କିଲୋମିଟର ବେଗରେ ପବନ ବୋହିବାର ଆକଳନ କରିଛି ପାଣିପାଗ କେନ୍ଦ୍ର।

The post ଗଭୀର ଅବପାତରେ ପରିଣତ ହେଲା ଅବପାତ, ଆସନ୍ତା ୧୨ଘଣ୍ଟାରେ ନେବ ବାତ୍ୟାର ରୂପ appeared first on Odisha Reporter.



from Odisha Reporter https://ift.tt/V2lZ7t6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages