୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 3, 2022

୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହି ବର୍ଷା ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି  ରାଜ୍ୟରେ ୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ  ପାଣିପାଗ କେନ୍ଦ୍ର  ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ  ଓ ନୟାଗଡ଼।

ସେହିପରି ୫ ତାରିଖରେ  ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ କମିବ। ହେଲେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ  ବର୍ଷା ଲାଗି ରହିଛି।

 

 

 

The post ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/l3rnLuV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages