ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 2, 2022

ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।

ଅସୁସ୍ଥତା ଯୋଗୁ କିଛି ଦିନ ହେବ ବିଜୟ ରଂଜନ ସିଂହ ବରିହାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତରଙ୍କ ଉଦ୍ୟମ ସତ୍ତ୍ୱେ ତାଙ୍କ ଅବସ୍ଥାରେ କିଛି ଉନ୍ନତି ଆସି ନଥିଲା ଓ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା।

ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟ୍‌ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ରୁ ୨୦୦୪ ଏବଂ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ପୁଣି ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେଡି ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ସେ ଏବେ ଦଳର ବରଗଡ଼ ଜିଲ୍ଲା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।

ସ୍ୱର୍ଗତଃ ବରିହାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା ପରିସରକୁ ନିଆଯିବ। ତା’ପରେ ଦଳୀୟ ଅଫିସ୍‌କୁ ନିଆଯିବ। ସେଠାରେ ସମସ୍ତେ ଶ୍ରଦ୍ଧାଞ୍ଜଳି ଦେବା ପରେ ମରଶରୀରକୁ ପଦ୍ମପୁର ନିଆଯିବ ଓ ସେଠାରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ସୂଚନା ମିଳିଛି।

ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକରେ ବିଭିନ୍ନ ଦଳର ନେତାଏ ଦୁଃଖ ପ୍ରକାଶ କରିଛନ୍ତି।

The post ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/Acl17CB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages