୧୫ ଅକ୍ଟୋବର, ଶନିବାର: ମାନସିକ ଅସ୍ଥିରତା ପରିସ୍ଥିତିକୁ ସଙ୍ଗିନ କରିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 14, 2022

୧୫ ଅକ୍ଟୋବର, ଶନିବାର: ମାନସିକ ଅସ୍ଥିରତା ପରିସ୍ଥିତିକୁ ସଙ୍ଗିନ କରିବ

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

ବୃଷ: ମାନସିକ ଅସ୍ଥିରତା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ।
ମିଥୁନ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ।
କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ।

ସିଂହ: ବିଳମ୍ବିତ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ । ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରନ୍ତି ।

କନ୍ୟା:ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥ ବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ।

ତୁଳା: ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ।

ବିଚ୍ଛା:   ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଯେକୌଣସିମତେ  ଅର୍ଥ ରୋଜଗାର ହେବ । କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ମନ ସନ୍ତୁଷ୍ଟ ହେବ ।

ଧନୁ: ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି । କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ ।

ମକର: ପୁରାତନ ରୋଗର ଉପଶମ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।

କୁମ୍ଭ : ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ  କରିବେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ:  କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟର ଓ ସହନ ଶୀଳତା କାଏମ ରହିବ । ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ ପନ୍ଥା ଅନୁସରଣ କରିବେ ।

The post ୧୫ ଅକ୍ଟୋବର, ଶନିବାର: ମାନସିକ ଅସ୍ଥିରତା ପରିସ୍ଥିତିକୁ ସଙ୍ଗିନ କରିବ appeared first on Odisha Reporter.



from Odisha Reporter https://ift.tt/PGXthg0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages