ରାସ୍ତାକଡ଼ରେ ପୂଜା କରୁଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ୍‌, ୧୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 20, 2022

ରାସ୍ତାକଡ଼ରେ ପୂଜା କରୁଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ୍‌, ୧୨ ମୃତ

ପାଟନା: ବିହାର ବୈଶାଳୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଲୋକେ ଏକାଠି ହୋଇ ପୂଜା କରୁଥିବା ବେଳେ ଚଢ଼ିଗଲା ଟ୍ରକ୍। ଏଥିରେ ୭ ଶିଶୁଙ୍କ ସମେତ ୧୨ ଜଣଙ୍କ ଶୋଚନୀୟ ମୃତ୍ୟୁ ହୋଇଛି। ଏଥିସହ ଅନେକ ଗୁରୁତର ଆହତ ହୋଇଛନ୍ତି। ବୈଶାଳୀ ଜିଲ୍ଲାର ମେହନାର ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା।

ସୂଚନା ମୁତାବକ, ରାତି ପ୍ରାୟ ୯ଟା ବେଳେ ରାସ୍ତା କଡ଼ରେ ଥିବା ଏକ ବରଗଛ ମୂଳେ ଶତାଧିକ ଲୋକେ ଏକାଠି ହୋଇ ପୂଜାର୍ଚ୍ଚନା କରୁଥିଲେ। ଠିକ୍ ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ଭାରସାମ୍ୟ ହରାଇ ଭିଡ଼ ଭିତରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୭ ଶିଶୁଙ୍କ ସମେତ ୧୨ ଜଣ ପ୍ରାଣ ହରାଇଛନ୍ତି। ଅନେକ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ କରିବା ସହ ତଦନ୍ତ ଆରମ୍ଭ କରିଛି। କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ତାର ଅନୁଧ୍ୟାନ କରୁଛି ପୁଲିସ। ସେପଟେ ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ମୃତକଙ୍କ ପରିବାରକୁ ପିଏମ୍ ରିଲିଫ୍ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିବା ସହ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବା ଲାଗି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଦେବାକୁ ଘୋଷଣା କରିଛନ୍ତି। ଏଥିସହ ସେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

The post ରାସ୍ତାକଡ଼ରେ ପୂଜା କରୁଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ୍‌, ୧୨ ମୃତ appeared first on Odisha Reporter.



from Odisha Reporter https://ift.tt/iYn6G9b

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages