୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ବଢ଼ିବ ଶୀତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 11, 2022

୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ରାତିର ତାପମାତ୍ରା  ୩ ରୁ ୪ ଡିଗ୍ରୀ ତଳକୁ ଖସିବ।

ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଗଲାଣି। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ବେଶୀ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡୁଥିବା ଦେଖିବାକୁ ମିଳିଛି। ଫୁଲବାଣୀରେ ଅସମ୍ଭାଳ ଥଣ୍ଡା ହେଉଛି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ବରଫପାତ ମଧ୍ୟ ହେଉଛି।  ଶୀତରୁ ରକ୍ଷା ପାଇବା ଲାଗି ଲୋକେ ନିଆଁ ଜାଳି ବସି ରହୁଥିବା ବେଳେ ଆଉ କିଛି ଲୋକେ ପ୍ରାତଃ ଭ୍ରମଣ କରୁଛନ୍ତି।

 

 

The post ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ବଢ଼ିବ ଶୀତ appeared first on Odisha Reporter.



from Odisha Reporter https://ift.tt/OHUFrei

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages