ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରିବେ ଜଗନ୍ନାଥ ଦର୍ଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 9, 2022

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରିବେ ଜଗନ୍ନାଥ ଦର୍ଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ୨ଦିନିଆ ଗସ୍ତରେ ଆସି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ନେବେ ରାଷ୍ଟ୍ରପତି।

ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ। ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଯିବେ। ରାଷ୍ଟ୍ରପତି ଚପରରୁ ତାଳବଣି‌ଆରେ ଓହ୍ଲାଇବା ପରେ ସେଠୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ।  ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ।  ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ଯ୍ୟକ୍ରମ ରହିଛି।

ଏହାପରେ ରାଜଭବନକୁ ଯାଇ ସେ ମହାପ୍ରସାଦ ସେବନ କରିବେ। ପୁରୀରୁ ଅପରାହ୍ଣରେ ଭୁବନେଶ୍ୱର ଫେରି, ରାଜଧାନୀର ୮ଟି ସ୍ଥାନରେ ସ୍ୱାଧୀନତା ସଂଗ୍ରାମୀ ଓ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ଦ୍ରୌପଦୀ ମୁର୍ମୁ।  ରାଜଭବନରେ ତାଙ୍କର ରାତ୍ରିଯାପନ ବ୍ୟବସ୍ଥା ହୋଇଛି। ଗସ୍ତର ଦ୍ୱିତୀୟ ଦିନରେ ସ୍କୁଲ ପରିଦର୍ଶନ ପରେ ଦିନ ୧୧ଟାରେ ଶେଷ କାର୍ଯ୍ୟକ୍ରମ ରହିଛି ଜୟଦେବ ଭବନରେ। ଏହାପରେ ସେ ଦିଲ୍ଲୀ ବାହୁଡ଼ିଯିବେ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱର ଓ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।  ବିମାନବନ୍ଦରରୁ ରାଜଭବନ  ୩୪ ପ୍ଲାଟୁନ୍ ଫୋର୍ସ ସହ ୨ ଶହ ସବ୍ଇନ୍ସପେର, ୬୨ ଜଣ ଏସିପି, ୨୨ ଏଡିସିପି ରାଙ୍କର ଅଫିସର ଓ ୪ ଡିସିପି ରାଙ୍କର ଅଫିସର ସୁରକ୍ଷା ଦାୟିତ୍ୱରେ ରହିଛନ୍ତି।

ସେହିପରି ପୁରୀରେ ବି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀରେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁଲିସ ଛାଉଣୀ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ଯେପରି ସାଧାରଣ ଲୋକଙ୍କ ଅସୁବିଧା ହେବନି ସେ ନେଇ ନଜରରେ ରଖାଯାଇଛି।

 

 

 

The post ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରିବେ ଜଗନ୍ନାଥ ଦର୍ଶନ appeared first on Odisha Reporter.



from Odisha Reporter https://ift.tt/FjdiVUs

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages