ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 27, 2022

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା!

ଭଦ୍ରକ(ପାର୍ଥ ସାରଥୀ ନାୟକ): ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ରାସ୍ତାକଡ଼ରୁ ତାଙ୍କ ରକ୍ତାକ୍ତ  ମୃତଦେହ ଉଦ୍ଧାର କରାଯାଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହଳଦୀ ଦିହ ବାଇପାସ ନିକଟରେ। ମୃତକ ହେଲେ ଖଣ୍ଡତଡା ପଞ୍ଚାୟତ ଅନ୍ତର୍ଗତ ମଉଦା ମହାଦେବପୁରର ନରେନ୍ଦ୍ର ସାହୁ।

ଗତ କିଛି ମାସ ପୂର୍ବରୁ ନରେନ୍ଦ୍ରଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।ଗତକାଲି ସନ୍ଧ୍ୟାବେଳେ ହଳଦୀ ଦିହ ବାଇପାସ ନିକଟରେ ଥିବା ଆରଆଇଅଫିସ ନିକଟରେ ନରେନ୍ଦ୍ରଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ  ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ନରେନ୍ଦ୍ରଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତାଙ୍କୁ କିଏ ହତ୍ୟା କରି ଫୋପାଡ଼ି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏନେଇ ନରେନ୍ଦ୍ରଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛନ୍ତି।

The post ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା! appeared first on Odisha Reporter.



from Odisha Reporter https://ift.tt/y7COdDW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages