୫ ନଭେମ୍ବର, ଶନିବାର: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 4, 2022

୫ ନଭେମ୍ବର, ଶନିବାର: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ

ମେଷ:  ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ  । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ପାଇବା ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ ।

ବୃଷ: ମାନସିକ ଅସ୍ଥିରତା ସଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ।  ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ

ମିଥୁନ:   ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ ।  ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲି ଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭ ଫଳ ମିଳିବ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଦର୍ଶନର ସୁଯୋଗ ଅଛି । ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ସିଂହ:ବିଳମ୍ବ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ। ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ଅଟକି ରହିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ପରିବାରରେ କିନ୍ତୁ ସାମାନ୍ୟ ଅଶାନ୍ତି ଦେଖାଦେଇପାରେ।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର:  ବନ୍ଧୁଙ୍କ ମାଧ୍ୟମରେ ପ୍ରତିବନ୍ଧକ ଦୂରେଇ ଯିବ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପଶାନ୍ତୁ ନାହିଁ ।

ମୀନ:   କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।  ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।

The post ୫ ନଭେମ୍ବର, ଶନିବାର: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ appeared first on Odisha Reporter.



from Odisha Reporter https://ift.tt/58nep71

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages