ଆଜି ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 15, 2022

ଆଜି ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର

ପୁରୀ(ଓଡ଼ିଶା ରିପୋର୍ଟର ): ଆଜି ପ୍ରଥମାଷ୍ଟମୀ । ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର । ଏଥିପାଇଁ ମହାପ୍ରଭୁଙ୍କ ମାମୁଁ ଘର କଟକ ନିଆଳିର ଶ୍ରୀମାଧବନନ୍ଦ ଜୀଉ ମନ୍ଦିରରୁ ଆସିଛି ପୋଢୁଆଁଭାର ।

ଭାରରେ ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଆଦି ଆସିଛି  । ମହାପ୍ରଭୁଙ୍କ ଗୋପାଳବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି।

ପ୍ରଭୁ ମାଧବାନନ୍ଦ ଜୀଉଙ୍କ ଛତିଶା ନିଯୋଗ ସେବାୟତ ଓ ସ୍ଥାନୀୟ ଲୋକ ମାନେ ଶ୍ରୀଗୁଣ୍ତିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ  ଶ୍ରୀମନ୍ଦିର ଅଭିମୁଖେ ଆସିଥିଲେ ।

ସେପଟେ ରାଜ୍ୟର ପୁରପଲ୍ଲୀରେ ଧୁମଧାମରେ ପାଳନ ହେଉଛି ପ୍ରଥମାଷ୍ଟମୀ । ଘରର ପ୍ରଥମ ସନ୍ତାନଙ୍କ ମଙ୍ଗଳମନାସୀ ପୂଜାର୍ଚ୍ଚନା କରାଯାଇଛି  । ମାମୁଁ ଘରୁ ଆସିଥିବା ନୂଆ ଡ୍ରେସ୍ ପିନ୍ଧି, ପିଠା ଖାଇ ଅଷ୍ଟମୀ ପାଳୁଛନ୍ତି ସମସ୍ତେ  ।

The post ଆଜି ପ୍ରଥମାଷ୍ଟମୀ, ଶ୍ରୀମନ୍ଦିରରେ ପୋଢୁଆଁ ହେବେ ବଡ଼ ଠାକୁର appeared first on Odisha Reporter.



from Odisha Reporter https://ift.tt/v5ytGUb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages