ଧାମନଗର (ଓଡ଼ିଶା ରିପୋର୍ଟର): ଧାନମନଗର ଉପନିର୍ବାଚନ ପାଇଁ ଆଜି ଚାଲିଛି ଭୋଟ୍ ଗଣତି। ମୋଟ ୧୮ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଶେଷ ହୋଇଛି ପ୍ରଥମ ରାଉଣ୍ଡ। ପ୍ରଥମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗୁଆ ରହିଛନ୍ତି। ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୭୭୯ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି।
ପ୍ରଥମ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୪୭୪୯ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୩୯୮୦ ଖଣ୍ଡ ଭୋଟ୍ ପାଇଛନ୍ତି। ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୪୦୨ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୧୬୨ ଖଣ୍ଡ ଭୋଟ୍ ପାଇଛନ୍ତି।
ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ୍ ଗ୍ରହଣ କରାଯାଇଥିଲା। ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ହେଉଛନ୍ତି ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ।
The post ପ୍ରଥମ ରାଉଣ୍ଡରେ ବିଜେପି ଆଗୁଆ appeared first on Odisha Reporter.
from Odisha Reporter https://ift.tt/JvMSplF
No comments:
Post a Comment