ଭୋପାଳ: ପୋଲ ତଳକୁ ଖସିଲା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର। ଘଟଣାସ୍ଥଳରେ ହିଁ ଆଖିବୁଜିଲେ ୩ ଜଣ। ୨୫ରୁ ଅଧିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମଧ୍ୟପ୍ରଦେଶର ଦତିଆ ଜିଲ୍ଲାର ସେବରାରେ ଘଟିଛି ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା।
ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରାକ୍ଟରର ଟ୍ରଲିରେ ବସିରେ କିଛି ତୀର୍ଥଯାତ୍ରୀ ଭିଣ୍ଡ ଜିଲ୍ଲାରୁ ଯାଉଥିଲେ। ତେବେ ପୋଲ ନିକଟରେ ଟ୍ରାକ୍ଟରଟି ନିୟନ୍ତ୍ରଣ ହରାଇ ତଳକୁ ଖସି ଯାଇଥିଲା। ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦତିଆ ଓ ଗ୍ୱାଲିୟର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରିଛି। ଦୁର୍ଘଟଣାରେ ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି।
दतिया में ट्रैक्टर-ट्रॉली पलटने से हुई दुर्घटना में अनमोल जिंदगियों के असमय निधन का दुखद समाचार प्राप्त हुआ। ईश्वर से दिवंगत आत्माओं को अपने श्रीचरणों में स्थान तथा घायलों के शीघ्र स्वस्थ होने और शोकाकुल परिजनों को यह गहन दु:ख सहन करने की शक्ति देने की प्रार्थना करता हूं। ॐ शांति
— Shivraj Singh Chouhan (@ChouhanShivraj) November 7, 2022
ସେପଟେ ଏହି ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି ମୃତବ୍ୟକ୍ତିଙ୍କ ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ଆହତଙ୍କ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
The post ପୋଲ ତଳକୁ ଖସିଲା ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଟ୍ରାକ୍ଟର, ୩ ମୃତ appeared first on Odisha Reporter.
from Odisha Reporter https://ift.tt/VkSKy4h
No comments:
Post a Comment