ଥରାଉଛି ଶୀତ, ୨୧ରୁ ଭିଜିବ ଓଡ଼ିଶା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, November 17, 2022

ଥରାଉଛି ଶୀତ, ୨୧ରୁ ଭିଜିବ ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧୀରେ ଧୀରେ ପାରଦ ଖସୁଥିବା ବେଳେ ବଢ଼ିବାରେ ଲାଗିଛି ଶୀତର କୋପ। ଶୀତର କୋପରେ ଥରହର ହେଉଥିବା ରାଜ୍ୟବାସୀଙ୍କୁ ଏବେ ଘାରିଲାଣି ବର୍ଷା ଭୟ। ପାଣିପାଗ ବିଭାଗ ସୂଚନା ଅନୁସାରେ, ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ  ୨୧ ତାରିଖ ବେଳକୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗକେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତକାଲି ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳର ମଧ୍ୟଭାଗରେ ଏକ ଅବପାତର ରୂପନେବ। ଏହାସହ ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ଓଡ଼ିଶାର କେତୋଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ସେସବୁ ଜିଲ୍ଲା ଗୁଡ଼ିକ ହେଉଛି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଓ କୋରାପୁଟ।

ଏହି ୫ଟି ଜିଲ୍ଲା ମଧ୍ୟରୁ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

The post ଥରାଉଛି ଶୀତ, ୨୧ରୁ ଭିଜିବ ଓଡ଼ିଶା appeared first on Odisha Reporter.



from Odisha Reporter https://ift.tt/g8zDHQa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages