ପ୍ରଦୂଷଣରେ ସାମାନ୍ୟ ସୁଧାର, ହଟିଲା କଟକଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 6, 2022

ପ୍ରଦୂଷଣରେ ସାମାନ୍ୟ ସୁଧାର, ହଟିଲା କଟକଣା

ନୂଆଦିଲ୍ଲୀ: ଧୀରେ ଧୀରେ ସୁଧୁରୁଛି ଦିଲ୍ଲୀର ପ୍ରଦୂଷଣ। ଲଗାତାର ପ୍ରଦୂଷଣ ମାତ୍ରା ବଢ଼ିବା ପରେ ଏବେ ଏଥିରେ ସାମାନ୍ୟ ବ୍ରେକ ଲାଗିଛି। ଫଳରେ ତିନି ଦିନ ତଳେ ଲଗାଯାଇଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ତଥାପି ଆଜି ସକାଳୁ ଦିଲ୍ଲୀର ଏୟାର କ୍ୱାଲିଟି ଇଣ୍ଡେକ୍ସ ଅତ୍ୟନ୍ତ ଖରାପ ଶ୍ରେଣୀରେ ଥିବା ରେକର୍ଡ କରାଯାଇଛି।

କଟକଣା ହଟିବା ପରେ ଦିଲ୍ଲୀରେ ଏବେ ଟ୍ରକ ଏଣ୍ଟ୍ରି କରିପାରିବେ। କେବଳ ଏତିକି ନୁହେଁ ଅଣ ବିଏସ-୬ଡିଜେଲ ବାହନ ଉପରେ ଜାରି କଟକଣା ମଧ୍ୟ ପ୍ରତ୍ୟାହୃତ ହୋଇଛି। ଦିଲ୍ଲୀରେ ସବୁ ଉଦ୍ୟୋଗ ବନ୍ଦ ଲାଗି କରାଯାଇଥିବା ସୁପାରିଶ ମଧ୍ୟ ପ୍ରତ୍ୟାହାର ହୋଇଛି।

ଦିଲ୍ଲୀରେ ବାୟୁ ମାନ ହ୍ରାସ ଲାଗି ଗ୍ରେଡେଡ ରେସପନ୍ସ ଆକ୍ସନ ପ୍ଲାନ(ଜିଆରଏପି)-୪ ଅନୁସାରେ କାର‌୍ୟ୍ୟାନୁଷ୍ଠାନ ହୋଇଥିଲା। ଜିଆରଏପି-୪ ବାୟୁର ମାନ ଖରାପ ହେଲେ କାର‌୍ୟ୍ୟାନୁଷ୍ଠାନ ନିମନ୍ତେ ସୁପାରିଶ କରିଥାନ୍ତି। ତେବେ ବାୟୁ ମାନରେ ସାମାନ୍ୟ ସୁଧାର ପରେ ଜିଆରଏପି-୪କୁ ହଟାଇ ୩୩୯ କରି ଦିଆଯାଇଛି।

ତେବେ ଅନାବଶ୍ୟକ ନିର୍ମାଣ ଗତିବିଧି ଯେପରିକି ଇଟା ଭାଟି ଉପରେ ଏବେବି କଟକଣା ବଳବତ୍ତର ରହିଛି। ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟ ନଭେମ୍ବର ୮ ତାରିଖ ପର‌୍ୟ୍ୟନ୍ତ ବନ୍ଦ ରହିଛି। ଏହି ସମୟରେ କୌଣସି ସ୍କୁଲ ଆଉଟଡୋର ଗତିବିଧି ସଞ୍ଚାଳିତ କରିପାରିବେନି।

ଗତକାଲି ଦିଲ୍ଲୀର ପ୍ରଦୂଷଣ ମାତ୍ରାରେ ସାମାନ୍ୟ ସୁଧାର ଆସିଥିବା ବେଳେ ଆଜି ଏଠାକାର ଏଆଇକ୍ୟୁ ୩୪୭ ଥିବା ରେକର୍ଡ କରାଯାଇଛି। ସେହିପରି ନଏଡାରେ ମଧ୍ୟ ବାୟୁର ଗୁଣବତ୍ତା ଅତ୍ୟନ୍ତ ଖରାପ ଥିବା ଦେଖିବାକୁ ମିଳିଛି। ଏଠାରେ ଏଆଇକ୍ୟୁ ୩୩୧ ରହିଛି। ସେହିପରି ଗୁରୁଗ୍ରାମରେ ମଧ୍ୟ ୩୦୯ ଥିବା ରେକର୍ଡ କରାଯାଇଛି।

The post ପ୍ରଦୂଷଣରେ ସାମାନ୍ୟ ସୁଧାର, ହଟିଲା କଟକଣା appeared first on Odisha Reporter.



from Odisha Reporter https://ift.tt/iNqdVly

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages