ଟ୍ରକ୍‌ ପଛରେ ପିଟି ହେଲା କାର୍‌; ଆଖି ବୁଜିଲେ ୪ ଜଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 30, 2022

ଟ୍ରକ୍‌ ପଛରେ ପିଟି ହେଲା କାର୍‌; ଆଖି ବୁଜିଲେ ୪ ଜଣ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ବଡ଼ପୋଖରିଆ ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ଦ୍ରୁତ  ଗତିରେ ଆସୁଥିବା ଏକ କାର୍‌ ପିଟି ଦେବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ ଯୁବକ ଓ ୨ ଯୁବତୀ ଅଛନ୍ତି। କାର୍‌ଟି ଆନ୍ଧ୍ରରୁ ଆସୁଥିବା ବେଳେ ଆଜି ଭୋରରୁ ଏପରି ଭୟଙ୍କର ଦୁର୍ଘଟଣା ଘଟିଛି।

ସୂଚନା ଅନୁଯାୟୀ, ଏକ ଟ୍ରକ୍‌ଟି ଖରାପ ହୋଇ ଯାଇଥିବାରୁ NH-୧୬ର ବଡ଼ପୋଖରିଆ ନିକଟରେ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିଲା। ଭୋରରୁ ଭୋରରୁ କୁହୁଡ଼ି ଥିବା ବେଳେ ଦ୍ରୁତ ଗତିରେ ଆସୁଥିବା କାର୍‌ଟି ଟ୍ରକ୍‌ ପଛ ପଟେ ପିଟି ହୋଇ ଯାଇଥିଲା।

ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି କାର୍‌ ଭିତରେ ୨ ଯୁବକ ଓ ୨ ଯୁବତୀ ଥିବା ଦେଖିବାକୁ ପାଇଥିଲେ। ଖବର ପାଇ ତୁରନ୍ତ ପୁଲିସ୍‌ ପହଞ୍ଚି କାର୍‌ ଭିତରୁ ୪ ଜଣଙ୍କୁ ବାହାର କରିଥିବା ବେଳେ ସେମାନଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଥିବା ଜଣାଯାଇଛି। ମୃତଦେହଗୁଡ଼ିକୁ ଖୋର୍ଦ୍ଧା ମେଡିକାଲକୁ ପଠାଇ ଦିଆଯାଇଛି। ତେବେ ସେମାନଙ୍କ ପରିଚୟ ଜଣାପଡ଼ିନି । ସେମାନେ କେଉଁଠିକୁ ଓ କାହିଁକି ଆସୁଥିଲେ ସେ ନେଇ କିଛି ସୂଚନା ମିଳିନି।

ପୁଲିସ୍‌ ସେମାନଙ୍କ ପରିଚୟ ଜାଣିବାକୁ ଜୋରଦାର ଉଦ୍ୟମ ଚଳାଇଛି।

The post ଟ୍ରକ୍‌ ପଛରେ ପିଟି ହେଲା କାର୍‌; ଆଖି ବୁଜିଲେ ୪ ଜଣ appeared first on Odisha Reporter.



from Odisha Reporter https://ift.tt/WlHkyj8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages