୧୯ ନଭେମ୍ବର, ଶନିବାର: ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, November 18, 2022

୧୯ ନଭେମ୍ବର, ଶନିବାର: ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ

ମେଷ: ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ସାମାଜିକ କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ।

ବୃଷ: ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇଯିବ। ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ମିଥୁନ:  ସନ୍ତାନସନ୍ତତିମାନଙ୍କର ଶୁଭ ଖବର ପାଇ ଖୁସି ହେବେ । ବ୍ୟବସାୟିକ କ୍ଷେତ୍ରରେ ଆୟର ସ୍ରୋତ ଖୋଲିଯିବା ସହ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ।

କର୍କଟ: ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।  ରାଜନୀତି କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ୱାରା ସଫଳତା ମିଳିବ ।

ସିଂହ: ପାରିବାରିକ କ୍ଷେତ୍ରରେ ର୍ଧୈଯ୍ୟ ଓ ସହନଶୀଳତା କାଏମ ରହିବ । ଛାତ୍ରଛାତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥଲାଭର ସୁଯୋଗ ପାଇବେ । ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇ କାର୍ଯ୍ୟରେ ଖୁସି ହେବେ।  …

ତୁଳା: ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ।  ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ।

ବିଚ୍ଛା: ନିଜର ଦକ୍ଷତାରେ ଲୋକମାନଙ୍କୁ ପ୍ରଭାବିତ କରିବା ସହ ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ଧନୁ: ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ଦୁଃଖି ଲୋକଙ୍କୁ ସାହାଯ୍ୟ କରିବେ । ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ ।

ମକର: ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ।  ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଖାଦ୍ୟପ୍ରେୟ ପ୍ରତି ବିଶେଷ ଧ୍ୟାନ ଦେଇ ବ୍ୟାୟାମ କରିବା ଆବଶ୍ୟକ ।

କୁମ୍ଭ: ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲିପାରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ବିଶେଷ ଲାଭବାନ ହେବେ ।

ମୀନ: ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବାରୁ ମନ ସନ୍ତୁଷ୍ଟ ରହିବ ।  ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧି ହେବ  ।

The post ୧୯ ନଭେମ୍ବର, ଶନିବାର: ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ appeared first on Odisha Reporter.



from Odisha Reporter https://ift.tt/nqwT58C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages