ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ଦାଦନ ଶ୍ରମିକ ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମିବା ନାଁ ଧରୁନି। କାମ ଯୋଗାଇଦେବାର ପ୍ରଲୋଭନ ଦେଖାଇ ଆନ୍ଧ୍ରପ୍ରଦେଶ ଚାଲାଣବେଳେ ବଲାଙ୍ଗିର ରେଲୱେ ଷ୍ଟେସନରୁ ୩୧ଜଣ ଦାଦନ ଶ୍ରମିକ ଉଦ୍ଧାର କରିଛି ପୁଲିସ। ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୧୨ ପୁରୁଷ, ୧୩ ଜଣ ମହିଳା ଓ ୬ ଜଣ ଛୋଟ ଛୁଆ ଥିବା ଜଣାପଡିଛି। ସମସ୍ତଙ୍କ ଘର ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଗାଇସିଲେଟ ବ୍ଲକ ଅଞ୍ଚଳର ବୋଲି ଜଣାଯାଇଛି।
ଗତକାଲି ୩୧ଜଣ ଦାଦନ ଶ୍ରମିକଙ୍କୁ ଇଟା ଭାଟିରେ କାମ କରିବାକୁ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିଲା। ବଲାଙ୍ଗିର ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଏନେଇ ଷ୍ଟେସନରେ ଜଗି ରହିଥିଲା। ଦାଦନ ଶ୍ରମିକମାନେ ଷ୍ଟେସନରେ ପହଞ୍ଚିବା ପରେ ପୁଲିସ ସେମାନଙ୍କୁ ଉଦ୍ଧାର କରିଥିଲା। ଏହି ଦାଦନ ଶ୍ରମିକଙ୍କୁ ପୁଲିସ ଉଦ୍ଧାର କରି ପଚରାଉଚରା କରୁଛି ଓ ଘଟଣା ତଦନ୍ତ କରୁଛି। ଏମାନଙ୍କୁ କିଏ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଚାଲାଣ କରୁଥିଲେ, ଏହି ଘଟଣାରେ କେଉଁ କେଉଁମାନେ ସଂପୃକ୍ତ ଅଛନ୍ତି, ପୁଲିସ ତାର ଖୋଳତାଡ଼ କରୁଛି।
The post ଆନ୍ଧ୍ରପ୍ରଦେଶ ଚାଲାଣ ହେଉଥିଲେ ୩୧ ଦାଦନ ଶ୍ରମିକ, ଅଟକାଇ ଦେଲା ପୁଲିସ୍ appeared first on Odisha Reporter.
from Odisha Reporter https://ift.tt/bXR5D1u
No comments:
Post a Comment