ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ଚାଲିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 29, 2022

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ଚାଲିଗଲେ

ଅହମଦାବାଦ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ଆଉ ନାହାନ୍ତି। ଆଜି ଭୋରରୁ ମୋଦିଙ୍କ ମା’ ହୀରା ବେନ୍‌ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ଗତ ଜୁଲାଇ ମାସରେ ହିଁ ସେ ନିଜର ୧୦୦ ତମ ଜନ୍ମ ଦିନ ପାଳନ କରିଥିଲେ।

ବୁଧବାର ହୀରା ବେନ୍‌ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଗୁଜରାଟର ଅହମଦାବାଦରେ ଥିବା ଗୋଟିଏ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଦୁଇ ଦିନ ତାଙ୍କର ଚିକିତ୍ସା କରାଯାଇଥିଲେ ମଧ୍ୟ ଆଜି ହୀରା ବେନଙ୍କ ମୃତ୍ୟୁ ଘଟିଛି।

ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମା’ଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇଛନ୍ତି। ସେହିପରି ମା’ଙ୍କୁ ହରାଇ ସେ ଭାଙ୍ଗି ପଡ଼ିଛନ୍ତି। ମୋଦି କହିଛନ୍ତି, “ଈଶ୍ୱରଙ୍କ ଚରଣରେ ସୁନ୍ଦର ଶତାବ୍ଦୀର ବିରାମ। ମା’ ଭିତରେ ମୁଁ ସବୁବେଳେ ତ୍ରିମୂର୍ତ୍ତିର ଅନୁଭବ କରିଛି, ଯାହା ଭିତରେ ଗୋଟିଏ ତପସ୍ୱୀର ଯାତ୍ରା, ସ୍ୱାର୍ଥହୀନ କର୍ମଯୋଗୀର ପ୍ରତୀକ ଓ ମୂଲ୍ୟ ପ୍ରତି ପ୍ରତିବଦ୍ଧ ଜୀବନ ସମାହିତ ରହିଛି।”

ଆଉ ଏକ ଟ୍ୱିଟରେ ମୋଦି କହିଛନ୍ତି, “ମୁଁ ଯେତେବେଳେ ତାଙ୍କୁ ୧୦୦ତମ ଜନ୍ମଦିନରେ ଭେଟିଥିଲି ସେତେବେଳେ ସେ ଗୋଟିଏ କଥା କହିଥିଲେ, ସେହି କଥା ମୋର ସବୁବେଳେ ମନେ ରହିବ। ସେ କହିଥିଲେ ଯେ ବୁଦ୍ଧିମତାର ହୋଇ କାମ କର ଓ ପବିତ୍ର ଜୀବନ ସହ ବଞ୍ଚି ରୁହ।”


ବୁଧବାର ସକାଳେ ୧୦୦ ବର୍ଷୀୟ ହୀରା ବେନଙ୍କୁ ଅସୁସ୍ଥତା କାରଣରୁ ଅହମଦାବାଦରେ ଥିବା ସୁପର ସ୍ପେଶାଲିଟି ୟୁଏନ ମେହେତା ଇନଷ୍ଟିଚ୍ୟୁଟ ଅଫ କାର୍ଡିଓଲୋଜି ଓ ରିସର୍ଚ୍ଚ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ଡାକ୍ତରମାନେ କହିଥିଲେ। ଗୁଜରାଟ ସରକାର ମଧ୍ୟ ଗୋଟିଏ ବିବୃତିରେ ହୀରା ବେନ୍‌ ଖୁବଶୀଘ୍ର ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ସୂଚନା ଦେଇଥିଲେ। କିନ୍ତୁ ଆଜି ଭୋର ସମୟରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି।

The post ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ଚାଲିଗଲେ appeared first on Odisha Reporter.



from Odisha Reporter https://ift.tt/DQjr9Iu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages