ନୂଆଦିଲ୍ଲୀ: ବ୍ରିଟିଶ ନାଗରିକଙ୍କ ପାଇଁ ପୁଣି ଇ-ଭିସା ବ୍ୟବସ୍ଥା ଆରମ୍ଭ କରିବେ କେନ୍ଦ୍ର ସରକାର। କରୋନା ମହାମାରୀ ପରେ ୨୦୨୦ ମାର୍ଚ୍ଚ ପରଠୁ ଇ-ଭିସା ନୀତି କାର୍ଯ୍ୟକାରୀ ହେଉନଥିଲା। ତେବେ ଆଗକୁ ଖ୍ରୀଷ୍ଟମାସ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଭାରତ ସରକାର।
ଏହି ବର୍ଷ ଆରମ୍ଭରୁ କେବଳ ୟୁକେ ଓ କାନାଡ଼ା ଭଳି କେତେକ ହାତ ଗଣତି ଦେଶକୁ ଛାଡ଼ିଦେଲେ, ଅନ୍ୟ ଦେଶର ନାଗରିକଙ୍କ ପାଇଁ ଇ-ଭିସା ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଥିଲା। ତେବେ ବର୍ତ୍ତମାନ ବ୍ରିଟିଶ ନାଗରିକଙ୍କ ପାଇଁ ଇ-ଭିସା କାର୍ଯ୍ୟକାରୀ ହେବା ଅତି ଖୁସିର ବିଷୟ ବୋଲି କହିଛନ୍ତି ଲଣ୍ଡନ ସ୍ଥିତ ଭାରତୀୟ ହାଇକମିଶନର।
ଏହି ଭିସା ୱେବସାଇଟ୍ ଖୁବଶୀଘ୍ର ଖୋଲିବାକୁ ଯାଉଥିବା ବେଳେ ବ୍ରିଟେନ୍ ନାଗରିକମାନେ ଏଣିକି ଆବେଦନ କରିପାରିବେ। ସେପଟେ ଶୀତ ଋତୁ ପୂର୍ବରୁ ବ୍ରିଟିଶ ନାଗରିକଙ୍କ ପାଇଁ ଇ-ଭିସା ନୀତି କାର୍ଯ୍ୟକାରୀ ହେବା ପରେ ଏହାକୁ ସ୍ୱାଗତ କରିଛନ୍ତି ଦେଶର ବିଭିନ୍ନ ଟ୍ରାଭେଲ ଓ ଟୁରିଜିମ୍ ସଂସ୍ଥା।
The post ପୁଣି ଆରମ୍ଭ ହେବ ଇ-ଭିସା ବ୍ୟବସ୍ଥା appeared first on Odisha Reporter.
from Odisha Reporter https://ift.tt/ISfw0HV
No comments:
Post a Comment