ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ମଧ୍ୟ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ୩୬୧୯ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୧୦୫୯୮, ବିଜେପିକୁ ୬୯୭୯ ଓ କଂଗ୍ରେସକୁ ୩୬୬ ଭୋଟ୍ ମିଳିଛି।
ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିଲା। ବିଜେପିକୁ ୩୭୮୯ ଓ କଂଗ୍ରେସକୁ ୨୦୬ ଖଣ୍ଡ ଭୋଟ୍ ମିଳିଥିଲା।
ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ରେକର୍ଡ ୮୧.୨୯ ପ୍ରତିଶତ ମତଦାନ ହୋଇଥିଲା। ବିଜେଡିରୁ ବର୍ଷା ସିଂ ବରିହା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ପ୍ରାର୍ଥୀ ହୋଇଛନ୍ତି।
The post ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ, ଆଗରେ ଚାଲିଛି ବିଜେଡି appeared first on Odisha Reporter.
from Odisha Reporter https://ift.tt/6ih9osT
No comments:
Post a Comment