କଲବଲ କରୁଛି ହାଡ଼ଭଙ୍ଗା ଶୀତ, ପୁଣି ଭିଜାଇବ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 9, 2022

କଲବଲ କରୁଛି ହାଡ଼ଭଙ୍ଗା ଶୀତ, ପୁଣି ଭିଜାଇବ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ଏହି ସମୟରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍. ଆର. ବିଶ୍ୱାସ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଆଜି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।  ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି  ଓ କନ୍ଧମାଳ।

ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଆହୁରି କହିଛନ୍ତି, ୭ଜିଲ୍ଲା ବ୍ୟତିତ ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ। ଆସନ୍ତାକାଲିଠୁ ୧୩ ଡିସେମ୍ବର ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଏଥିସହ ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ବଢ଼ିପାରେ। ଫଳରେ ଶୀତ କମିଯିବାର ସମ୍ଭାବନା ରହିଛି।

ଉତ୍ତରା ପବନ ପ୍ରଭାବରେ ରାଜ୍ୟରେ ଶୀତ ବଢ଼ିଥିଲା ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି।

ବାତ୍ୟା ମେନଣ୍ଡୋସ୍ ପ୍ରଭାବରେ ତାମିଲନାଡୁରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟା ଚେନ୍ନାଇର ମେରାଇନ୍ ଡ୍ରାଇଭ୍ ରୋଡରେ ଜୋରସୋରରେ ପବନ ବହିବା ସହ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ତାମିଲନାଡୁ ମାମଲ୍ଲାପୁରମ୍ ନିକଟରେ ଏହା ସ୍ଥଳଭାଗ ଛୁଇଁଥିଲା।

The post କଲବଲ କରୁଛି ହାଡ଼ଭଙ୍ଗା ଶୀତ, ପୁଣି ଭିଜାଇବ ବର୍ଷା appeared first on Odisha Reporter.



from Odisha Reporter https://ift.tt/soR0fS4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages