କାଲି ଭୋଟ ଗ୍ରହଣ, ପଦ୍ମପୁରବାସୀ ବାଛିବେ ନେତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 3, 2022

କାଲି ଭୋଟ ଗ୍ରହଣ, ପଦ୍ମପୁରବାସୀ ବାଛିବେ ନେତା

ବରଗଡ଼(ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନ ପାଇଁ ଗତକାଲି ପ୍ରଚାର ସରିଥିବା ବେଳେ ଆସନ୍ତାକାଲି ହେବ ଭୋଟ ଗ୍ରହଣ। ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ଭୋଟିଂ ଲାଗି ମୋଟ ୩୧୯ଟି ବୁଥ୍ କରାଯାଇଛି। ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି। ୭୪ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି। ସେହିପରି ୭୮ଟି ସମ୍ବେଦନଶୀଳ ବୁଥ ଚିହ୍ନଟ କରାଯାଇଛି।

ଭୋଟ୍ ଗ୍ରହଣ ପାଇଁ ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସମେତ ମୋଟ ୪୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।  ୫୦ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ। ପଦ୍ମପୁରରେ ମୋଟ ୨ଲକ୍ଷ ୫୭ ହଜାର ୪୭୪ ଭୋଟର ରହିଥିବାବେଳେ ପୁରୁଷ ଭୋଟରଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୨୯ ହଜାର ୪୯୭। ସେହିପରି ମହିଳା ଭୋଟରଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୬୫ ରହିଛି।

ପଦ୍ମପୁରରେ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବ ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି। ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ  କରିଛି।

ସୂଚନାଯୋଗ୍ୟ, ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁର ଆସନଟି ଖାଲି ପଡ଼ିଲା। ଆସନ୍ତାକାଲି ଭୋଟ୍ ହେବାକୁ ଥିବା ବେଳେ ଡିସେମ୍ବର ୮ ତାରିଖରେ ଆସିବ ଫଳାଫଳ।

 

 

The post କାଲି ଭୋଟ ଗ୍ରହଣ, ପଦ୍ମପୁରବାସୀ ବାଛିବେ ନେତା appeared first on Odisha Reporter.



from Odisha Reporter https://odishareporter.in/odisha/padampur-to-vote-tomorrow-786543

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages