ଅଜଣାଗାଡ଼ି ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 30, 2022

ଅଜଣାଗାଡ଼ି ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

ବିନିକା(ଓଡ଼ିଶା ରିପୋର୍ଟର): ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା  ଡୁଙ୍ଗୁରିପାଲି-ରାମପୁର ମୁଖ୍ୟରାସ୍ତା ବାଙ୍କିପାଲି ହାଇସ୍କୁଲ ନିକଟରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମପୁର ଥାନା ମାୟାବର୍ହା ଗାଁର ଠାକୁର ବାଗ(୪୮)ବର୍ଷ ଓ ତାଙ୍କ ସ୍ତ୍ରୀ ହେମ ବାଗ(୪୨)ବର୍ଷ।

ଗତକାଲି ଠାକୁର ବାଗ ଶଶୁର ଘର ପାଙ୍କେଲ ଗାଁରୁ  ନିଜ ସ୍ତ୍ରୀକୁ ବାଇକରେ ନେଇ ନିଜ ଗାଁ ମାୟାବର୍ହାକୁ ଫେରୁଥିଲେ। ଏହି ସମୟରେ ବାଙ୍କିପାଲି ହାଇସ୍କୁଲ ନିକଟରେ ଏକ ଅଜଣାଗାଡ଼ି ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଉଭୟେ ଦମ୍ପତି ବାଇକରୁ ତଳକୁ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସକୁ ଯୋଗ ଉଭୟ ଦମ୍ପତିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।  ସେଠାରେ ଠାକୁର ବାଗଙ୍କୁ ମୃତ ଘୋଷଣା କରିଥିଲେ। ହେଲେ ତାଙ୍କ ସ୍ତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସେ  ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

 

The post ଅଜଣାଗାଡ଼ି ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର appeared first on Odisha Reporter.



from Odisha Reporter https://ift.tt/Q49Cezg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages