ଆଜିଠୁ କେନ୍ଦ୍ରୀୟ ବଜେଟ୍ ଅଧିବେଶନ, ୧ରେ ପୂର୍ଣ୍ଣାଙ୍ଗ ବଜେଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 30, 2023

ଆଜିଠୁ କେନ୍ଦ୍ରୀୟ ବଜେଟ୍ ଅଧିବେଶନ, ୧ରେ ପୂର୍ଣ୍ଣାଙ୍ଗ ବଜେଟ୍‌

ଆଜିଠାରୁ ଆରମ୍ଭ ହେଉଛି କେନ୍ଦ୍ରୀୟ ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହେବ ୨୦୨୩-୨୪ ଆର୍ଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ।

ଏଥର ବଜେଟ୍ ଅଧିବେଶନରେ ୨୭ଟି କାର୍ଯ୍ୟ ଦିବସ ଥିବା ବେଳେ ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ଅଧିବେଶନ ମାର୍ଚ୍ଚ ୧୨ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ ।

ଏହି ଅଧିବେଶନରେ ସରକାର ବଜେଟ ସମେତ ୩ଟି ବିଲ୍‌ ଆଣିବା ପାଇଁ ଯୋଜନା ରଖିଛନ୍ତି। ଅଧିବେଶନ ଏପ୍ରିଲ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ମଝିରେ ବଜେଟ ପେପର ଯାଞ୍ଚ ଲାଗି ମାସେ ସମୟ ଅବକାଶ ରହିବ ।

। ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା ଭି. ଅନନ୍ତ ନାଗେଶ୍ୱରନ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିବେ । ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭା ଓ ରାଜ୍ୟସଭାରେ ବିବୃତି ରଖିବେ ।

ଅଧିବେଶନର ପ୍ରଥମ ୨ ଦିନ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ ନାହିଁ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ମୋଦି ସରକାରଙ୍କ ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ହେବ । ଏଣୁ ଏଥିଲାଗି ଉଭୟ ଶାସକ ଓ ବିରୋଧି ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗି ପଡିଛନ୍ତି।

ଏଥର ବିରୋଧୀ ଦଳଗୁଡ଼ିକ ଆଦାନୀ-ହିଣ୍ଡେନବର୍ଗ ବିବାଦ, ଦେଶବ୍ୟାପୀ ଜାତିଭିତ୍ତିକ ଅର୍ଥନୈତିକ ଜନଗଣନା ଓ ମହିଳା ସଂରକ୍ଷଣ ବିଲ୍‌ ଆଦିକୁ ନେଇ ସରକାରଙ୍କୁ ଘେରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/uW9bGLQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages