ଜଳିଗଲା ବିମାନ, ଥିଲେ ୭୨ ଜଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 15, 2023

ଜଳିଗଲା ବିମାନ, ଥିଲେ ୭୨ ଜଣ

କାଠମାଣ୍ଡୁ: ନେପାଳର ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଯାତ୍ରୀବାହୀ ବିମାନଟି ଆଖିପିଛୁଳାକେ ହୁତୁହୁତୁ ହୋଇ ଜଳିଯାଇଛି। ବିମାନରେ ମୋଟ ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରୁ ଏଯାଏ ୩୨ ଜଣଙ୍କ ମୃତଦେହ ମିଳିଛି। ବାକି ଲୋକଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରାଯାଉଛି। ଉଦ୍ଧାରକାରୀ ଦଳ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ବିମାନଟି କାଠମାଣ୍ତୁରୁ ପୋଖରା ଯାଉଥିବା ବେଳେ ଏପରି ଘଟଣା ଘଟିଛି।

ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ୟେତି ଏୟାରଲାଇନ୍ସର ବିମାନଟି କ୍ରାଶ କରି ଯାଇଛି। ପୁରୁଣା ଏୟାରପୋର୍ଟ ଓ ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟରେ ଏପରି ଘଟଣା ଘଟିଛି। ବରିଷ୍ଠ ଅଧିକାରୀ ଓ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ କରାଯାଉଛି। ବିମାନରେ ୧୦ ଜଣ ବିଦେଶୀ ନାଗରିକ ଓ ୨ ଜଣ ଶିଶୁଙ୍କ ସମେତ ମୋଟ ୭୨ ଜଣ ଥିଲେ।


ନେପାଳ ବିମାନଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁସାରେ, ୟେତି ଏୟାରଲାଇନ୍ସର ୯ଏନ-ଏନସି ଏଟିଆର-୭୨ ବିମାନଟି ୬୮ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ସଦସ୍ୟଙ୍କୁ ନେଇ ଦିନ ୧୦.୩୩ରେ କାଠମାଣ୍ଡୁରୁ ଉଡ଼ାଣ ଭରିଥିଲା। ଏହା ପୋଖରା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବାର ଥିଲା। ତେବେ ଉଡ଼ାଣ ଆରମ୍ଭ ହେବାର ୨୦ ମିନିଟ୍‌ ପରେ ବିମାନଟି ପୁରୁଣା ଏୟାରପୋର୍ଟ ଓ ନୂଆ ଏୟାରପୋର୍ଟ ମଧ୍ୟରେ ଥିବା ସେତି ନଦୀ କୂଳରେ ଖସି ପଡ଼ିଥିଲା। ଫଳରେ ଏଥିରେ ନିଆଁ ଲାଗି ଯାଇଥିଲା ବୋଲି ମନ୍ତ୍ରଣାଳୟ କହିଛି। ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହାଲ ପ୍ରଚଣ୍ଡ ଦୁର୍ଘଟଣା ପରେ ଜରୁରୀ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଛନ୍ତି।

The post ଜଳିଗଲା ବିମାନ, ଥିଲେ ୭୨ ଜଣ appeared first on Odisha Reporter.



from Odisha Reporter https://ift.tt/HzlTgoU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages