ଆଜି ଦିଲ୍ଲୀ କର୍ତ୍ତବ୍ୟପଥରେ ଉଡ଼ିବ ତ୍ରିରଙ୍ଗା, ପ୍ରଦର୍ଶୀତ ହେବ ମେଡ୍ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 25, 2023

ଆଜି ଦିଲ୍ଲୀ କର୍ତ୍ତବ୍ୟପଥରେ ଉଡ଼ିବ ତ୍ରିରଙ୍ଗା, ପ୍ରଦର୍ଶୀତ ହେବ ମେଡ୍ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ର

ଆଜି ୭୪ତମ ସାଧାରଣତନ୍ତ୍ର ଦିବସ । ବିଶ୍ୱର ସବୁଠୁ ବଡ଼ ଗଣତନ୍ତ୍ର ରାଷ୍ଟ୍ରର ସବୁଠୁ ବଡ଼ ଦିନ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଖୁସି ଓ ଉତ୍ସାହ । ଦେଶ ମାତୃକା ପାଇଁ ସମସ୍ତଙ୍କ ମନରେ ଗର୍ବ ଓ ଦେଶର ପ୍ରତିଟି ବ୍ୟକ୍ତି କହୁଛି ମୁଁ ଭାରତୀୟ । ଦିଲ୍ଲୀ କର୍ତ୍ତବ୍ୟପଥରେ ଆଜି ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଏହା ଦ୍ରୌପଦୀଙ୍କ ପ୍ରଥମ ସାଧାରଣତନ୍ତ୍ର ଦିବସ ।

ଆଜିର ପରେଡରେ ଭାରତୀୟ ସ୍ଥଳସେନା ପ୍ରଦର୍ଶନ କରିବ କେବଳ ମେଡ୍ ଇନ୍ ଇଣ୍ଡିଆ ଅସ୍ତ୍ରଶସ୍ତ୍ର । ଫାଇଟର ଜେଟ୍‌ରୁ ଅତ୍ୟାଧୁନିକ ଯୁଦ୍ଧ ଟ୍ୟାଙ୍କ, ଶକ୍ତିଶାଳୀ କ୍ଷେପଣାସ୍ତ୍ରରୁ କ୍ଷେପଣାସ୍ତ୍ର ବିଧ୍ୱଂସୀ ବ୍ୟବସ୍ଥା, କେବଳ ଭାରତରେ ପ୍ରସ୍ତୁତ ଆଉ ଭାରତରେ ବିକଶିତ ଯୁଦ୍ଧାସ୍ତ୍ର ହିଁ ସାଜିବ । ଏଥର ସାଧାରଣତନ୍ତ୍ର ଦିବସ ପରେଡରେ ଆକର୍ଷଣ ପରେଡରେ ଆତ୍ମନିର୍ଭର ଭାରତ ନାରାକୁ ଆଉ ପାଦେ ଆଗକୁ ନେବାକୁ ଏଭଳି ଐତିହାସିକ ନିଷ୍ପତ୍ତି ନେଇଛି । ସେନା ବିଦେଶୀ ଅସ୍ତ୍ରଶସ୍ତ୍ର ବିନା କେବଳ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କେ-ନାଇନ୍ ବଜ୍ର ଓ MBT ଅର୍ଜୁନ୍ ଟ୍ୟାଙ୍କ୍ ସାମିଲ ହେବେ ।

ସେହିଭଳି ସ୍ଥଳସେନାର ଅନ୍ୟତମ ଶକ୍ତି ନାଗ ଆଣ୍ଟି ଟ୍ୟାଙ୍କ୍ ଗାଇଡେଡ୍ ମିଜାଇଲ ଓ ବ୍ରହ୍ମୋଶ ସୁପରସୋନିକ୍ କ୍ରୁଜ୍ ମିଜାଇଲକୁ ପ୍ରଦର୍ଶନ କରାଯିବ। ସେନାରେ ଏବେ ନୂଆ କରି ସାମିଲ ହୋଇଥିବା ଅତ୍ୟାଧୁନିକ ଆକାଶ ଏୟାର ଡିଫେନ୍ସ ମିଜାଇଲ ବି ପରେଡରେ ମୁଖ୍ୟ ଆକର୍ଷଣ ସାଜିବ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/e7kHEYT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages