ମେଷ: ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇଯିବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ହଜିଯିବ।
ବୃଷ: ଯୋଜନା ମୁତାବକ କାମକଲେ କୌଣସି ଅସୁବିଧା ହେବନାହିଁ। ସତର୍କତା ଅବଲମ୍ବନ ନ କଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍।
ମିଥୁନ:ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ । ଜାଗାଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରିପାରିବେ ।
କର୍କଟ: ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ।
ସିଂହ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭ କରି କାର୍ଯ୍ୟ ସାଧନ କରିବେ । ପରିବାରରେ ଖଳଲୋକଙ୍କ କାନକୁହା କଥା ବାଧା ଉପୁଜାଇବ ।
କନ୍ୟା: କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟା ହେବେ। ପରିବାରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇପାରେ।
ତୁଳା : ଅର୍ଥଲାଭ ସହ ସମସ୍ୟା ସମାଧାନ ପାଇଁ ଅନୁକୂଳ ରହିବ। ଖଳ କଥାରେ ପ୍ରଭାବିତ ହୋଇ ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ପିଲାମାନଙ୍କ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା: ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ଯୋଗୁ ଘରେ ଅସନ୍ତୋଷ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦେଖାଦେଇପାରେ । କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବହୁତ ଭଲ ରହିବ।
ଧନୁ : ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ, ଦାମ୍ପତ୍ୟ ଜୀବନ ସୁଖମୟ ରହିବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ ସାମନା କରି କୃତକାର୍ଯ୍ୟ ହେବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ଦେଖାଦେବ।
ମକର: ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ।
କୁମ୍ଭ: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଅଧ୍ୟୟନ ପାଇଁ ତତ୍ପର ହେବେ । କିନ୍ତୁ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍ ।
ମୀନ: ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/vP3hJQE
No comments:
Post a Comment