୯ ଜାନୁଆରୀ, ସୋମବାର: ମହିଳାମାନେ ସବୁଠି ସମ୍ମାନ ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 8, 2023

୯ ଜାନୁଆରୀ, ସୋମବାର: ମହିଳାମାନେ ସବୁଠି ସମ୍ମାନ ପାଇବେ

ମେଷ: ଯାତ୍ରା, ବ୍ୟବସାୟ, ବାଣିଜ୍ୟ, ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ଅନୁକୂଳ ରହିବ। ନୂତନ ସମ୍ପର୍କ ସ୍ଥାପନ ଦିଗରେ କେହି ଜଣେ ସହାୟକ ହେବେ। ପାରିବାରିକ ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି।

ବୃଷ: କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ, ବ୍ୟସ୍ତତାରୁ ମୁକ୍ତି ମିଳିବ କିନ୍ତୁ, ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ଅନୁକୂଳ ରହିବ ।

ମିଥୁନ: ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ । ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି, ଠିକ୍ ସମୟରେ ଘରକୁ ନ ଫେରିବାରୁ  ଅଶାତି ସୃଷ୍ଟି ହୋଇପାର।  ମହିଳାମାନେ ଆଶା କରୁଥିବା ଦିଗରୁ ଅର୍ଥ, ମାନ ସମ୍ମାନ ଓ ପ୍ରତିଷ୍ଠା ଲାଭ କରିବେ ।

କର୍କଟ: ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ, ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତି ହୋଇପାରେ।

ସିଂହ: ପ୍ରତ୍ୟେକ ପରିସ୍ଥିତିକୁ ସମାଧାନ କରିବା ଦିଗରେ ସାହାଯ୍ୟ ସହଯୋଗ ମିଳିବ  । ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ଭୁଲ୍ କାମ କରିପାରନ୍ତି । ସତସଙ୍ଗ, ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭା ସମିତିରେ ଯୋଗ ଦେବାକୁ ପଡ଼ିପାରେ।

କନ୍ୟା: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡ଼ିପାରେ। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ ।

ତୁଳା: ସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସିତ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ।

ବିଛା:  ଅଧିକାଂଶ କ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ, ପତ୍ନୀଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି ।ଆର୍ଥିକ ଦିଗରେ ସଫଳତା ହାସଲ କରିବେ, ବକେୟା ଦରମା ହସ୍ତଗତ ହେବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

ଧନୁ: ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ। ପୂର୍ବ ସମସ୍ୟାର ସରଳ ସମାଧାନ ହୋଇଯିବ।  ବୁଝି ବିଚାରି କାର୍ଯ୍ୟ ନ କଲେ କ୍ଷତିରେ ପଡିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ, ସତର୍କ ରୁହନ୍ତୁ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ, କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ କିନ୍ତୁ, ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କଲେ ବି ପ୍ରତିବଦଳରେ ଓଲଟା ଫଳ ପାଇବେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ, ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ସରଳ ସମାଧାନ କରିବାରେ ସମର୍ଥ ହେବେ। ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।

The post ୯ ଜାନୁଆରୀ, ସୋମବାର: ମହିଳାମାନେ ସବୁଠି ସମ୍ମାନ ପାଇବେ appeared first on Odisha Reporter.



from Odisha Reporter https://ift.tt/MATvKeH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages