୧ ଫେବୃଆରୀ, ବୁଧବାର: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 31, 2023

୧ ଫେବୃଆରୀ, ବୁଧବାର: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ଓ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ।

ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଅପରାହ୍ନରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି।

ସିଂହ: ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ, ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା: ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ। ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି। ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ ସହ ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି।

ତୁଳା: ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନଟିକୁ କାଟିବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।

ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ । ଯେକୌଣସି ମତେ ଅର୍ଥ ରୋଜଗାର ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ଶୁଭପ୍ରଦ ହେବ । କ୍ରୀଡା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିବେ, ମହିଳାମାନେ ଗୃହ କର୍ମରେ ପ୍ରଶଂସନୀୟା ହେବେ।

ଧନୁ: ଦୂର ଯାତ୍ରା କରିବାର ସୁଯୋଗ ପାଇପାରିବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ୱୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ, କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ।

ମକର: ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ, ପୁରାତନ ରୋଗର ଉପଶମ ହେବ । କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/iWZbvzh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages