ଗୁରୁଚାପ ବଳୟ ପ୍ରଭାବରେ ଘନ କୁହୁଡି ହେବ। ଆଗାମୀ ଦୁଇ ଦିନ କଲବଲ ହେବେ ରାଜ୍ୟବାସୀ। ୫୦ରୁ ୨୦୦ ମିଟର ଦୂରତା ପର୍ଯ୍ୟନ୍ତ ଦେଖାଯିବ ନାହିଁ। ସେଥିପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ ଅନୁସାରେ ୨୧ ତାରିଖ ସକାଳେ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ୍ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୫୦ରୁ ୨୦୦ ମିଟର ଦୂରତା ପର୍ଯ୍ୟନ୍ତ ଦେଖାଯିବ ନାହିଁ। ସେଥିପାଇଁ ୱେଲୋ ୱାର୍ଣ୍ଣିଂ କରାଯାଇଛି।
ଠିକ୍ ସେହିପରି ୨୨ ତାରିଖ ସକାଳେ ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୱେଲୋ ୱାର୍ଣ୍ଣିଂ କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଏଚ୍.ଆର୍. ବିଶ୍ୱସଙ୍କ କହିବା ଅନୁସାରେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ପାଗ ଶୁଖିଲା ରହିଛି। କିନ୍ତୁ କୁହୁଡ଼ି ଦେଖାଦେଇଛି। ବାଲେଶ୍ୱରରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଥିଲା। ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହିତ କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/f7pqheS
No comments:
Post a Comment