ଆଜି ମକର ରାଶିରୁ ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିକୁ ଗ୍ରହରାଜ ଶନିଶ୍ଚର ଗମନ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 16, 2023

ଆଜି ମକର ରାଶିରୁ ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିକୁ ଗ୍ରହରାଜ ଶନିଶ୍ଚର ଗମନ କରିବେ

ଆଜି ତା ୧୭. ୦୧.୨୦୨୩ ମସିହା ମଙ୍ଗଳବାର ଦିନ ମକର ରାଶିରୁ ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିକୁ ଗ୍ରହରାଜ ଶନିଶ୍ଚର ଗମନ କରିବେ। ଫଳରେ କଣ ରହିବ ୨୭ଟି ନକ୍ଷତ୍ର ଓ ୧୨ଟି ରାଶିର ଶୁଭାଶୁଭ, କେମିତି କଟିବ ଆପଣଙ୍କର ଏହି ସମୟ  ଆସନ୍ତୁ ଜାଣିବା।

ମେଷ

ଅଶ୍ୱିନୀ ନକ୍ଷତ୍ର : ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଆକସ୍ମିକ ଧନ ଲାଭ ହେବା ସହ ଜାଗା, ଜମି, ଗୃହ ଓ ଯାନବାହନ ଆଦି କ୍ରୟ କରିପାରିବେ ।

ଦ୍ୱିଜା ନକ୍ଷତ୍ର : ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ବଢିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ରାଜନୀତି ମାମଲାରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ।

କୃତ୍ତିକା ନକ୍ଷତ୍ର  : ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ପାଇ ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ ହେବେ । ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ୱାସ ଭରସା ନିଷ୍ଠା ବୃଦ୍ଧି ପାଇବ।

ବୃଷ

କୃତ୍ତିକା ନକ୍ଷତ୍ର : କାର୍ଯ୍ୟକ୍ଷେତ୍ରରେ ଗଠନ ମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ସ୍ଥଗିତ ଥିବା କର୍ମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ।

ରୋହିଣୀ ନକ୍ଷତ୍ର : ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମା ସମସ୍ୟାରେ ସମାଧାନର ବାଟ ଖୋଲିଯିବ । ଲୋକ ସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ ।

ମୃଗଶିରା ନକ୍ଷତ୍ର : ଛାତ୍ରଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମ ସନ୍ଧାନୀମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ।

ମିଥୁନ

ମୃଗଶିରା ନକ୍ଷତ୍ର  : କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ ।

ଆର୍ଦ୍ରା ନକ୍ଷତ୍ର  : ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

ପୁନର୍ବସୁ ନକ୍ଷତ୍ର  : କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶା ଜନକ ଫଳପ୍ରାପ୍ତି ହେବ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞମାନେ ଖ୍ୟାତି ଅର୍ଜନ କରିବେ।

କର୍କଟ  

ପୁନର୍ବସୁ ନକ୍ଷତ୍ର  : ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ପ୍ରଚୁର ଲାଭ ପାଇବେ। ରାଜନୀତିରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ପାଥେୟ କରି ଚାଲିବା ହିତକର ହେବ।

ପୁଷ୍ୟା ନକ୍ଷତ୍ର  : ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ॥ କ୍ରୀଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଚକ୍ଷୁପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ।

ଅଶ୍ଳେଷା ନକ୍ଷତ୍ର  : ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟା କିଛି ଦେଖାଦେଇ ପାରେ।

ସିଂହ  

ମଘା ନକ୍ଷତ୍ର  : ନୂତନ ଯୋଜନା ଫଳପ୍ରଦ ହେବା ସହଜ ସରଳ ହୋଇଯିବ । ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇବା ସହ ମାଲିମୋକଦ୍ଦମାରେ ସମ୍ମାନ,ପ୍ରତିଷ୍ଠା ଅତୁଟ ରହିବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ।

ପୂର୍ବା ଫାଲଗୁନି ନକ୍ଷତ୍ର  : ପାରିବାରିକ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ସହ ଅଧା ଥିବା କାର୍ଯ୍ୟ ପୂରଣ ହେବ । ରାଜନୀତି କାର୍ଯ୍ୟରେ ପରିଶ୍ରମ ଦ୍ୱାରା ବାଧାବିଘ୍ନ କମ୍ ହେବ ଓ ସଫଳତା ମିଳିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ମିଳିପାରେ।

ଉତ୍ତରା ଫାଲଗୁନି ନକ୍ଷତ୍ର :  ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ।

କନ୍ୟା  

ଉତ୍ତରା ଫାଲଗୁନି ନକ୍ଷତ୍ର : ଶତ୍ରୁମାନେ ଦୁର୍ବଳ ହେବା ସହ ଆୟର ପନ୍ଥା ସହଜ ହୋଇଯିବ। ଦୂରଯାତ୍ରାରେ ଧନଲାଭ ହେବା ଫଳରେ ନୂତନ ସମ୍ପତି କ୍ରୟ କରିବାର ସମ୍ଭାବନା ଅଛି । କର୍ମସନ୍ଧାନୀମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ।

ହସ୍ତା ନକ୍ଷତ୍ର : ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମାନସିକ, ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ।

ଚିତ୍ରା ନକ୍ଷତ୍ର : ଶତୃ ବାଧା ଦୂରେଇ ଯିବ । ଋଣରୁ ମୁକ୍ତି ମିଳିବ, ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ  । ଶରୀର ସୁସ୍ଥ ରହିବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ସହ ସମସ୍ତ ବାଧାବିଘ୍ନ ଦୂରେଇ ଯିବ ।

ତୁଳା 

ଚିତ୍ରା ନକ୍ଷତ୍ର : ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ମିଳିବ । ଅନ୍ୟର ଦୁଃଖ ଦୁର୍ଦ୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନଟନ ଦେଖା ଦେଇପାରେ।

ସ୍ୱାତୀ ନକ୍ଷତ୍ର : ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପାଠପଢାରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ।

ବିଶାଖା ନକ୍ଷତ୍ର : ଦାମ୍ପତ୍ୟ କଳହର ସମାଧାନ ହୋଇ ସାଂସାରିକ ଜୀବନ ସୁଖମୟ ହେବ । ପର ହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ରାଜନୈତିକ କ୍ଷେତ୍ରରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ।

ବିଛା  

ବିଶାଖା ନକ୍ଷତ୍ର : କର୍ମଚାରୀମାନଙ୍କର ପଦୋନ୍ନତି ହେବା ସହ କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ। କର୍ମ ସନ୍ଧାନୀମାନେ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ହେବ। ମାନ-ସମ୍ମାନ ବୃଦ୍ଧି ହେବ।

ଅନୁରାଧା ନକ୍ଷତ୍ର : ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟିକ କ୍ଷେତ୍ରରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ।

 ଜ୍ୟେଷ୍ଠା ନକ୍ଷତ୍ର :ବ୍ୟବସାୟୀମାନଙ୍କର ବ୍ୟକ୍ତିତ୍ୱରେ ପ୍ରଭାବ ବୃଦ୍ଧି ପାଇବା ସହ ଲାଭବାନ ହେବେ। ସନ୍ତାନମାନେ ସୁନାମ ଅର୍ଜନ କରିବେ ଓ ବନ୍ଧୁଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୈତିକ କ୍ଷେତ୍ରରେ ଅନ୍ୟମାନଙ୍କୁ ସାହାଯ୍ୟ କରି ପଦପଦବୀ ଲାଭ କରି ପାରନ୍ତି।

ଧନୁ 

ମୂଳା ନକ୍ଷତ୍ର : ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ପରିବାରରେ ଅଧିକ ପରିଶ୍ରମ କରି ଲକ୍ଷ୍ୟ ସିଦ୍ଧି କରିବେ । ଛାତ୍ରଛାତ୍ରୀମାନଙ୍କର ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ପୂର୍ବାଷାଢା ନକ୍ଷତ୍ର : କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବ ମୂର୍ତ୍ତିକୁ ଉଜ୍ଜ୍ୱଳ କରିବାରେ ସାମର୍ଥ୍ୟ ହେବେ।

ଉତ୍ତରାଷାଢା ନକ୍ଷତ୍ର : ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚ ଆଶା ପୂରଣ ହେବ । କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକଦାର ହେବେ । ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖିପାରିବେ ।

ମକର

ଉତ୍ତରାଷାଢା ନକ୍ଷତ୍ର  : ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଛାତ୍ରଛାତ୍ରୀମାନେ ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବ ।

ଶ୍ରବଣା ନକ୍ଷତ୍ର  : ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବା ଫଳରେ ପ୍ରଶଂସିତ ହେବେ । ପାରିବାରିକ ସ୍ତରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିପାରିବେ।

ଧନିଷ୍ଠା ନକ୍ଷତ୍ର  : ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପ୍ରେମିକ ପ୍ରେମିକାଙ୍କର ଚିତ୍ତ ପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି।

କୁମ୍ଭ 

ଧନିଷ୍ଠା ନକ୍ଷତ୍ର  : ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ଭଲ ରହିବ ଓ କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟି ହେବ । ଶରୀର ସୁସ୍ଥ ରହିବା ସହ ନିର୍ମାଣାଧୀନ କାମ ପୂର୍ଣ୍ଣାଙ୍ଗ ହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ ।

ଶତଭିଷା ନକ୍ଷତ୍ର  : ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ ଓ ସମସ୍ତ କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ।

ପୂର୍ବଭାଦ୍ରପଦ ନକ୍ଷତ୍ର  : ପରିବାରରେ ସାଧାରଣ ବାତାବରଣ ଜାରି ରହିବ । ସମସ୍ତ ଆଶା ପୂରଣ ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ।

ମୀନ 

ପୂର୍ବଭାଦ୍ରପଦ ନକ୍ଷତ୍ର  : ଶାରୀରିକ ପୀଡା ଦୂର ହେବାସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ।

ଉତ୍ତରଭାଦ୍ରପଦ ନକ୍ଷତ୍ର  :  ରାଜନୀତି କ୍ଷେତ୍ରରେ ସାଧାରଣ କର୍ମୀଙ୍କ ପ୍ରତି ସତର୍କ ରହି ଚାଲିଲେ ହଇରାଣ ହେବେ ନାହିଁ । କର୍ମକ୍ଷେତ୍ରରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମ ସନ୍ଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ ।

ରେବତୀ ନକ୍ଷତ୍ର  :  ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଛାତ୍ରଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ। ଯାନବାହାନ ଓ ଭ୍ରମଣ ସଂକ୍ରାନ୍ତୀୟ ବ୍ୟବସାୟରେ ଲାଭବାନ ହେବେ।

The post ଆଜି ମକର ରାଶିରୁ ଧନିଷ୍ଠା ନକ୍ଷତ୍ର, କୁମ୍ଭ ରାଶିକୁ ଗ୍ରହରାଜ ଶନିଶ୍ଚର ଗମନ କରିବେ appeared first on Odisha Reporter.



from Odisha Reporter https://ift.tt/L4sAJmf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages