ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 3, 2023

ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଆହତ

ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ ହୋଇଛନ୍ତି। ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସାପରେ ବିଧାୟକ ସୁସ୍ଥ ଥିବା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟର ସୁପରିଣ୍ଟେଣ୍ଡେଣ୍ଟ ଧନେଶ୍ୱର ସେଠୀ କହିଛନ୍ତି।

ଆଜି ସକାଳେ ବିଧାୟକ ଶ୍ରୀ ସେଠୀ ମର୍ଣ୍ଣିଂ ୱାକ୍‌ରେ ଯାଇଥିଲେ। ଏହି ସମୟରେ ବ୍ଲକ ଅଫିସ ନିକଟରେ ତାଙ୍କୁ ମହୁମାଛିମାନେ ଆକ୍ରମଣ କରିଥିଲେ। ବିଧାୟକ ସେ ସ୍ଥାନରୁ ଦୌଡ଼ି ପଳାଇଥିଲେ। ପରେ ସ୍ଥାନୀୟ ଲୋକେ ବିଧାୟକଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ବିଧାୟକଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଛି।

ବିଧାୟକ ସହ ଅନ୍ୟ ପଥଚାରୀ ମଧ୍ୟ ମହୁମାଛି ଆକ୍ରମଣରେ ଆହତ ହୋଇଛନ୍ତି। ବ୍ଲକ୍ ଅଫିସ ନିକଟରେ ଏକ ଗଛରେ ମହୁଫେଣା ହୋଇଛି। କେହି ପଥର ମାରିବା ଦ୍ୱାରା ଏହି ମହୁମାଛି ଗୁଡ଼ିକ ଚାରିଆଡେ ବୁଲି ଲୋକମାନଙ୍କୁ ଆକ୍ରମଣ କରିଥିଲେ ବୋଲି ସନ୍ଦେହ କରାଯାଉଛି।

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/zjX5st7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages