ଚଣ୍ଡିଖୋଲରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା ଆଇଚର, ୭ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 24, 2023

ଚଣ୍ଡିଖୋଲରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା ଆଇଚର, ୭ ମୃତ

ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ନିକଟରେ ଆଜି ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ପିଟିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଛି।

ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଗାଡ଼ି ୪ ଦିନ ହେଲା ଛିଡ଼ା ହୋଇଛି।

ଆଜି ଭୋରରୁ ଘନ କୁହୁଡ଼ି ହୋଇଥିବା ବେଳେ କଲିକତା ପଟୁ ଦ୍ରୁତ ଗତିରେ ଏକ କୁକୁଡ଼ା ବୋଝେଇ ଆଇଚର ଗାଡ଼ି ଆସୁଥିଲା। ସେଣ୍ଟ୍ରାଲ ବ୍ୟାଙ୍କ ନିକଟରେ ତାହା ଭାରସାମ୍ୟ ହରାଇ ତାହା ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌ ପଛ ପଟେ ପିଟି ହୋଇଥିଲା।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଆଇଚରରେ ଥିବା  ୭ ଜଣଙ୍କ ମଧ୍ୟରୁ ଡ୍ରାଇଭରଙ୍କ ସମେତ ୬ ଜଣଙ୍କର ଘଟଣାସ୍ଥଳରେ  ଚାପି ହୋଇ ମୃତ୍ୟୁ ହୋଇଥିଲା। ଆଉ ଜଣେ ଟ୍ରକ୍‌ ଉପରେ ରହି ଯାଇଥିବା ବେଳେ ସେ ଗୁରୁତର ହୋଇ ପଡ଼ିଥିଲେ।  

ଧର୍ମଶାଳା ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ୍‌ କଟରରେ ଟ୍ରକ୍‌ଟିକୁ କାଟି ମୃତଦେହଗୁଡ଼ିକୁ ବାହାର କରିଥିଲେ। ଏଥିସହ ଟ୍ରକ୍‌ ଉପରେ ଗୁରୁତର ଅବସ୍ଥାରେ ଥିବା ଜଣେ ବ୍ୟକ୍ତିଙ୍କୁ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ହୋଇଛି। 

  ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ଦିଆଯାଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନି। ଆଇଚର ଗାଡ଼ିଟି ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି। 

ଏହି ଦୁର୍ଘଟଣା ପରେ  ସ୍ଥାନୀୟ ଅଞ୍ଚଳବାସୀ ତାତିବା ସହ ରାସ୍ତାରୋକ କରିଥିଲେ। ଦୁର୍ଘଟଣାଗ୍ରସ୍ତ ଗାଡ଼ି ରାସ୍ତା ପାର୍ଶ୍ୱରେ ଛିଡ଼ା ହେଉଥିବା ବେଳେ ତାହାକୁ ନ ହଟାଇବାରୁ ବାରମ୍ବାର ଏପରି ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି। ପୁଲିସ୍‌ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତି ପଡ଼ିଥିବା ଜଣାଯାଇଛି।

(ରିପୋର୍ଟ-ଯାଜପୁରରୁ ଗୁଲାମ ଗସ୍‌) 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/rpxvQ7R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages