କାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 8, 2023

କାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତାକାଲି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଗସ୍ତ ପୂର୍ବରୁ ଆଜି କାରକେଡ ରିହର୍ସାଲ କରିବ ପୁଲିସ। ସୁରକ୍ଷା ପାଇଁ ୪୦ ପ୍ଲାଟୁନ ପୁଲିସ ଫୋର୍ସ,୨ଶହରୁ ଅଧିକ ଅଫିସର, ସାଦା ପୋଷାକ ଧାରୀ ପୁଲିସ କର୍ମଚାରୀ ଏବଂ ରୁଫଟପ୍ ସୁରକ୍ଷା କର୍ମୀ ମୁତୟନ କରାଯିବ।

୧୦ ତାରିଖ ଦିନ ପ୍ରାୟ ୧୨ଟାରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ବିମାନ ବନ୍ଦରରୁ ସିଧାସଳଖ ଭୁବନେଶ୍ୱର ଉତ୍କଳ ମଣ୍ଡପରେ ହେବାକୁ ଥିବା ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେବେ। ପରେ ଅପରାହ୍ନ ୪ଟାରେ ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ପରଦିନ ଅର୍ଥାତ ୧୧ ତାରିଖରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବେ।

ସେଠାରେ ପୂଜାର୍ଚ୍ଚନା ସହ ବେଢା ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ହେଲିକପ୍ଟର ଯୋଗେ କଟକର ନାସନାଲ୍ ରାଇସ୍ ରିସର୍ଚ୍ଚ ସେଣ୍ଟର ଇନଷ୍ଟିଚ୍ୟୁଟରେ ଅନୁଷ୍ଠିତ ହେବାକୁ ଥିବା ଦ୍ୱିତୀୟ ଇଣ୍ଡିଆ ରାଇସ୍ କଂଗ୍ରେସକୁ ଉଦଘାଟନ କରିବେ। ଏହାପରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/zu5vdUp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages