ସ୍ତ୍ରୀକୁ ହତ୍ୟା କରିବା ପରେ ଆତ୍ମହତ୍ୟା କଲା ସ୍ୱାମୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 27, 2023

ସ୍ତ୍ରୀକୁ ହତ୍ୟା କରିବା ପରେ ଆତ୍ମହତ୍ୟା କଲା ସ୍ୱାମୀ

ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀକୁ ପିଟି ହତ୍ୟା କରିବା ପରେ ବିଷ ପିଇ ଆତ୍ମହତ୍ୟା କରିଛି ସ୍ୱାମୀ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ତିଳଦା ଗାଁରେ। ମୃତ ଦମ୍ପତି ହେଲେ ମିନା ଦାସ ତାଙ୍କ ସ୍ୱାମୀ ବାବୁ ଦାସ।

ଗତକାଲି ମିନା ଓ ବାବୁଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏହି ଝଗଡ଼ା ଉଗ୍ର ରୂପ ନେଇଥିଲା। ବାବୁ ରାଗି ଯାଇ ଏକ କାଠ ଫାଳିଆ ଆଣି ମିନାଙ୍କୁ ନିର୍ଧୂମ ପିଟିଥିଲେ। ଗ୍ରାମବାସୀ ମିନାଙ୍କ ଚିତ୍କାର ଶୁଣି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଇରା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ମିନାଙ୍କୁ ମୃତ ଘୋଷଣା କରିଥିଲା।

ସ୍ତ୍ରୀକୁ  ପିଟିବା ପରେ ବାବୁ ବିଷ ପିଇ ଦେଇଥିଲେ। ତାଙ୍କୁ ଗ୍ରାମବାସୀ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଖଇରା ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ବାବୁଙ୍କ ଅବସ୍ଥା ଗୁରୁତର ହେବାରୁ ଗତକାଲି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବାବୁଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ବାବୁ ଓ ମିନାଙ୍କ ଦୁଇଟି ସନ୍ତାନ ଅଛନ୍ତି। ବାପାମା’ଙ୍କ ମୃତ୍ୟୁ ପରେ ଉଭୟେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/hW6vGaM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages