ବିଜେପିର ପୂର୍ବତନ ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 28, 2023

ବିଜେପିର ପୂର୍ବତନ ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଜଗତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତି ଅଜିତ ଦାସଙ୍କୁ ଦୁର୍ବୃତ୍ତମାନେ ମରଣାନ୍ତକ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଆକ୍ରମଣରେ ଅଜିତଙ୍କ ଦୁଇ ଗୋଡ ଭାଙ୍ଗି ଯାଇଛି। ଏହାସହ ତାଙ୍କ ହାତ, ମୁହଁ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି।

ଗତକାଲି ବିଳମ୍ବିତ ରାତିରେ ଅଜିତ ନିଜ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ପାରାଦୀପ ଜଗନ୍ନାଥ ମନ୍ଦିର ନିକଟ ବଙ୍ଗାଳିପଡା ବସ୍ତି ନିକଟରେ ୬ରୁ ୭ ଜଣ ଯୁବକ ତାଙ୍କୁ ଅଟକାଇଥିଲେ। ପରେ ଯୁବକମାନେ ଅତର୍କିତ ଭାବେ ଅଜିତଙ୍କୁ ଲୁହା ରଡ୍ ଏବଂ କାଠ ଫାଳିଆରେ ନିର୍ଧୂମ ମାଡ଼ ମାରିଥିଲେ। ପରେ ସେଠାରୁ ଯୁବକମାନେ ଚମ୍ପଟ ମାରିଥିଲେ।

ଅଜିତ ଗୁରୁତର ଅବସ୍ଥାରେ ରାସ୍ତାକଡ଼ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏହାସହ ଅଜିତଙ୍କୁ ଅଠରବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅଜିତଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ରାଜନୈତିକ ଶତ୍ରୁତା କାରଣ ଯୋଗୁ ଅଜିତଙ୍କୁ ଯୁବକମାନେ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି। କେଉଁ କାରଣ  ପାଇଁ ଯୁବକମାନେ ଅଜିତଙ୍କୁ ମରଣାନ୍ତକ ଭାବେ ଆକ୍ରମଣ କରିଥିଲେ ତାର କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/XNJ8F7n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages