୮ ଫେବ୍ରୁଆରୀ, ବୁଧବାର: ପତ୍ନୀଙ୍କ ସହ ମତ ପାର୍ଥକ୍ୟ ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 7, 2023

୮ ଫେବ୍ରୁଆରୀ, ବୁଧବାର: ପତ୍ନୀଙ୍କ ସହ ମତ ପାର୍ଥକ୍ୟ ହୋଇପାରେ

ମେଷ: ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପୂର୍ବ ପରିଚିତ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିଦେବ।

ବୃଷ: ଆପଣଙ୍କର ମାନସିକ ସ୍ୱାସ୍ଥ୍ୟ କେତେକାଂଶରେ ଭଲ ରହି ନ ପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡିପାରନ୍ତି।

ମିଥୁନ: ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରିବେ। ବହୁ ପ୍ରତୀକ୍ଷିତ ଖବର ପାଇପାରନ୍ତି। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

କର୍କଟ: ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅନୁତାପ କରିପାରନ୍ତି। ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିଭିନ୍ନ ପ୍ରକାରର ଆଶା ଓ ଆଶଙ୍କାରେ ବ୍ୟବସାୟକୁ ଆଗକୁ ବଢ଼ାଇବାରେ ସକ୍ଷମ ହେବେ ।

ସିଂହ: ନିକଟ ଅତୀତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳିବାକୁ ପଡୋଶୀ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅଯଥା ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା କାରଣରୁ ବ୍ୟସ୍ତ ରହିପାରନ୍ତି।

କନ୍ୟା: ପାରିବାରିକ ସମ୍ପର୍କ ଭିତରେ ଅସନ୍ତୁଷ୍ଟ ହେବେ। ଫଳରେ ପତ୍ନୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଅପରାହ୍ନରେ ପୁରାତନ ବନ୍ଧୁଙ୍କ ସହ ଦେଖା ହୋଇପାରେ। 

ତୁଳା: ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସାମାଜିକ ସ୍ତରରେ ମାନ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ।

ବିଛା: ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ। ସଭାସମିତିରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇପାରିବ। ପଡୋଶୀଙ୍କ ଅବଦାନ ସ୍ମରଣୀୟ ରହିବ।

ଧନୁ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ପ୍ରିୟଜନଙ୍କ ସହ ସମ୍ପର୍କ ହାନୀ ଯୋଗୁ ଚିନ୍ତିତ ହେବାକୁ ପଡିବ। ଭୁଲ୍ ବୁଝାମଣା ହେତୁ ପାରିବାରିକ କଳହ ଦେଖାଦେବ ।

ମକର: ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିନେଲେ ବିଭିନ୍ନ ଦିଗରୁ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀ ଆପଣଙ୍କୁ ସାହାଯ୍ୟ କରିବେ। ସ୍ଥଗିତ କାମକୁ ଶେଷ କରିବା ପାଇଁ ନିଷ୍ପତି ନେଇପାରନ୍ତି।

କୁମ୍ଭ: ଆଖି ବୁଜି କାହା କଥାକୁ ବିଶ୍ୱାସ କରନ୍ତୁ ନାହିଁ। ଅଫିସରେ ବାଦବିବାଦ କ୍ରମେ ଜଟିଳ ହେବ । କିନ୍ତୁ ଆପଣ ଅବଶ୍ୟ ସଫଳତା ହାସଲ କରିବେ। ଜମିଜମା ବ୍ୟବସାୟରେ ଉନ୍ନତି କରିବା ସହ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ।

ମୀନ: ନିଜ ଲକ୍ଷ୍ୟ ପଥରେ ଅଗ୍ରଗତି କରିବେ। ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ତରବରିଆ ଭାବେ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/sKi5h70

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages