୯ଟି ଜିଲ୍ଲାରେ ହେବ କୁଆପଥର ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 17, 2023

୯ଟି ଜିଲ୍ଲାରେ ହେବ କୁଆପଥର ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଆଜି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ଓ କୁଆପଥର ହେବାର ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ପଶ୍ଚିମା-ଝଡ଼ର ପ୍ରଭାବ ଅଧିକ ରହିବ। ଏହାରି ପ୍ରଭାବରେ ୯ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବୋହିବ। କୁଆପଥର ହେବା ସହ ବିଜୁଳି ମଧ୍ୟ ମାରିବ। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର  ଓ ପୁରୀ।

ତେବେ କଟକ, ଯାଜପୁର ଓ ଢେଙ୍କାନାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାର ପରିମାଣ ୭ରୁ ୧୧ ସେମି ରହିବାର ସମ୍ଭାବନା ରହିଛି।ସୂଚନାଯୋଗ୍ୟ, ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ଦିନ ହେବ ଆକାଶ ମେଘାଚ୍ଛନ୍ନ ରହିଛି। ଏହାସହ କିଛି ଜିଲ୍ଲାରେ ଝିପି ଝିପି ବର୍ଷା ହୋଇଥିବା ସୂଚନା ମିଳିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/67KHXAG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages