ଇଡିରେ ହାଜର ପାଇଁ ସମୟ ମାଗିଲେ କେସିଆର୍‌ଙ୍କ ଝିଅ କବିତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 8, 2023

ଇଡିରେ ହାଜର ପାଇଁ ସମୟ ମାଗିଲେ କେସିଆର୍‌ଙ୍କ ଝିଅ କବିତା

ମଦ ଦୁର୍ନୀତି ମାମଲାରେ ପୁଣି ଛନ୍ଦି ହୋଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର୍‌ଙ୍କ ଝିଅ କେ.କବିତା। ଏହି ମାମଲାରେ ଆଜି ତାଙ୍କୁ ଇଡି ଜେରା କରିଥାନ୍ତା। ହେଲେ କବିତା ଏଥିପାଇଁ ସମୟ ମାଗିଛନ୍ତି। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୧୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବାକୁ ଭାରତ ରାଷ୍ଟ୍ର ସମିତିର ନେତ୍ରୀ କେ. କବିତା କହିଛନ୍ତି। 

କେ. ‌କବିତା କହିଛନ୍ତି ଯେ, ତାଙ୍କୁ ଏତେ ଶୀଘ୍ର କାହିଁକି ଡକାଗଲା ତାହା ସେ ବୁଝିବାକୁ ଅସମର୍ଥା। ଏହାକୁ ଗୋଟାଏ ରାଜନୈତିକ ଅତ୍ୟାଚାର ଆଖ୍ୟା ଦେଇ କବିତା କହିଛନ୍ତି ଯେ, ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଚାଲିଥିବା ତଦନ୍ତରେ ତାଙ୍କର କ‌ୌଣସି ସମ୍ପୃକ୍ତି ନାହିଁ। ମାର୍ଚ୍ଚ ୧୧ ତାରିଖ ଦିନ ନୂଆଦିଲ୍ଲୀ ସ୍ଥିତ ଇଡି କାର୍ଯ୍ୟାଳୟରେ ସେ ହାଜର ହେବେ। ତଦନ୍ତରେ ସେ ପୂର୍ଣ୍ଣ ସହଯୋଗ କରିବେ ବୋଲି ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି।

ସୂଚନା ମୁତାବକ, ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜେରା ପାଇଁ ଆଜି ଅର୍ଥାତ୍ ମାର୍ଚ୍ଚ ୯ ତାରିଖ ଦିନ ହାଜର ହେବା ଲାଗି କ‌େ.କବିତାଙ୍କୁ ଇଡି ସମନ୍ ଜାରି କରିଥିଲା। ହେଲେ ସେ ହାଜର ହେବାକୁ ଅଧିକ ସମୟ ମାଗିଥିଲେ। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଇଡି ମନିଲଣ୍ଡ୍ରିଂ ଦିଗରେ ଯାଞ୍ଚ କରୁଛି।

ଏହି ମାମଲାରେ ହାଇଦ୍ରାବାଦ ବ୍ୟବସାୟୀ ଅରୁପ ରାମଚନ୍ଦ୍ର ପିଲ୍ଲାଇଙ୍କୁ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଇଡି ହାଜତକୁ ପଠାଯାଇଛି। ଅରୁଣ ଓ କବିତାଙ୍କ ମଧ୍ୟରେ ଘନିଷ୍ଟ ସମ୍ପର୍କ ରହିଛି। ଜେରା ସମୟରେ ଅରୁଣ କବିତାଙ୍କ ନାଁ ପ୍ରକାଶ କରିଥିଲେ। ମଦ ନୀତି ବଦଳାଇବା ପାଇଁ ଆମ ଆଦମୀ ପାର୍ଟିକୁ ଅରୁପ ପିଲ୍ଲାଇ ୧୦୦କୋଟି ଟଙ୍କା ଲାଞ୍ଚ ଦେଇଥିବା ଅଭିଯୋଗ ରହିଛି।

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/zuCTo1E

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages