ଅଧା ରହିଗଲା ହଜ୍ ଯାତ୍ରା, ବସ୍‌ରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ  - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 27, 2023

ଅଧା ରହିଗଲା ହଜ୍ ଯାତ୍ରା, ବସ୍‌ରେ ନିଆଁ ଲାଗି ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ 

ଅଧା ରହିଗଲା ହଜ୍ ଯାତ୍ରା। ଘଟିଲା ବଡ଼ ଦୁର୍ଘଟଣା। ପୋଲରେ ବାଡେଇ ହୋଇ ଓଲଟି ପଡିଲା ତୀର୍ଥ ଯାତ୍ରୀଙ୍କ ବସ୍। ପରେ ଦେଖୁ ଦେଖୁ ବସ୍‌ରେ ଲାଗିଗଲା ନଆଁ। ଏଥିରେ ଜୀବନ୍ତ ଜଳିଗଲେ ୨୦ ତୀର୍ଥଯାତ୍ରୀ। ଏଭଳି ଏକ ଭୟଙ୍କର ଦୁର୍ଘଟଣା ଘଟିଛି ସାଉଦି ଆରବର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ।

ପିଟିଆଇର ସୂଚନା ମୁତାବକ, ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅତି କମ୍‌ରେ ୨୯ ଜଣ ଆହତ ହୋଇଛନ୍ତି। ୟେମେନ ସୀମାରେ ଥିବା ଦକ୍ଷିଣ-ପଶ୍ଚିମ ଦିଗରେ ଆସିର ପ୍ରଦେଶ ଦେଇ ତୀର୍ଥଯାତ୍ରୀ ବସ୍‌ଟି ଯାଉଥିବା ବେଳେ ବ୍ରେକ୍ ଫେଲ୍ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଛି। 

ବସ୍‌ଟି ପ୍ରଥମେ ଏକ ପୋଲକୁ ବାଡେଇ ହୋଇ ରାସ୍ତା କଡକୁ ଓଲଟି ପଡିଥିଲା। ଏହାପରେ ଏଥିରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗୁଁ ଯାତ୍ରୀଙ୍କୁ ଉଦ୍ଧାର କରିବା ମୁସକିଲ୍ ହୋଇଥିଲା। ଫଳରେ ୨୦ ଯାତ୍ରୀ ଜୀବନ୍ତ ଜଳି ଯାଇଥିବା କୁହାଯାଉଛି। ଏଥିସହ ୨୯ ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି। ଦମକଳବାହିନୀ ମଧ୍ୟ ବସ୍‌ରେ ଲାଗିଥିବା ନିଆଁକୁ ଆୟତ୍ତ କରିଛି। ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ବିଷୟରେ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ମିଳିନାହିଁ।

ପୁଲିସ ମୁତାବକ, ବସ୍‌ରେ ଥିବା ସମସ୍ତ ଯାତ୍ରୀ ଉମ୍ରା କରିବାକୁ ଯାଉଥିଲେ। ସ୍ଥାନୀୟ ଲୋକଙ୍କ ସହ ବସ୍‌ରେ ବହୁ ବିଦେଶୀ ଯାତ୍ରୀ ମଧ୍ୟ ଥିଲେ। ତେବେ ବସ୍ ଭିତରେ କେଉଁ କେଉଁ ଦେଶର ଯାତ୍ରୀ ଥିଲେ ସେ ନେଇ କିଛି ସୂଚନା ମିଳିନାହିଁ। ଦୁର୍ଘଟଣା ବେଳେର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯାହା ସୋଶାଲ ମିିଡିଆରେ ଭାଇରାଲ ହେବାରେ ଲାଗିଛି।  

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/IoZgRTY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages