ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ହାଇୱାକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କୁ JP ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ‘ପ୍ରତୀକ’ ନାମକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା। ଏହି ସମୟରେ ଚାନ୍ଦିପୋଷ ନିକଟରେ ରାସ୍ତା କଡ଼ରେ ଏକ ହାଇୱା ଠିଆ ହୋଇଥିଲା। ବସ୍ଟି ଭାରସାମ୍ୟ ହରାଇ ହାଇୱାକୁ ପଛକୁ ଧକ୍କା ଦେଇଥିଲା। ପୁଲିସ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଯାଇଥିଲା।
ପୁଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି। ହେଲେ ଦୁର୍ଘଟଣାରେ ହାଇୱା ଡ୍ରାଇଭରର କିଛି ହୋଇନାହିଁ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/t3Exu9J
No comments:
Post a Comment