ଦୀପାଳିଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ନେଇଗଲେ ସାଇବର ଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 9, 2023

ଦୀପାଳିଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ନେଇଗଲେ ସାଇବର ଠକ

ସାଇବର ଠକେଇର ଶିକାର ହୋଇଛନ୍ତି ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ। ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା କଟି ଯାଇଛି। ଏ ନେଇ ଦୀପାଳି ସମ୍ବଲପୁରର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ସେ ଲିଖିତ ଅଭିଯୋଗ କରିଛନ୍ତି ଯେ, ତାଙ୍କ ମୋବାଇଲକୁ ଏକ ମେସେଜ ଆସିଥିଲା। ଯାହାକି ଏକ ଓଟିପି ନମ୍ବର ଥିଲା। ସେ କିନ୍ତୁ ଏହି ଓଟିପିକୁ କାହା ସହ ସେୟାର କରିନାହାନ୍ତି। ପରେ କିନ୍ତୁ ଦୁଇଟି ଟ୍ରାଞ୍ଜାକସନରେ ପ୍ରଥମେ ଲକ୍ଷେ ପରେ ୫୦ ହଜାର ଟଙ୍କା ଟ୍ରାଞ୍ଜାକସନ ହୋଇଛି। ଟଙ୍କା କଟିବା ପରେ ତାଙ୍କ ମୋବାଇଲକୁ ମେସେଜ ଆସିଥିଲା। ଏହା ଦେଖି ସେ ଆଶ୍ଚର୍ଯ୍ୟ ପ୍ରକାଶ କରିଥିଲେ। ପରେ ବ୍ୟାଙ୍କ ଆକାଉଣ୍ଟର ନେଣଦେଣ ରିପୋର୍ଟ ଦେଖିବା ପରେ ଥାନାରେ ଏତଲା ଦେଇଛନ୍ତି। ଯେଉଁଥିରେ ସେ ବ୍ୟାଙ୍କ ଆକାଉଣ୍ଟର ନେଣଦେଣ ରିପୋର୍ଟକୁ ମଧ୍ୟ ଦେଇଛନ୍ତି। ପୁଲିସ ଦୀପାଳିଙ୍କ ଏତଲାକୁ ଗ୍ରହଣ କରି ଘଟଣାର ତଦନ୍ତ କରୁଛି ।

ସମ୍ବଲପୁର ମୋଦୀପଡା ହେଉଛି ଦୀପାଳିଙ୍କ ପୈତୃକ ଘର। ଅଇଁଠାପାଲିରେ ତାଙ୍କର ଆଇସିଆଇସିଆଇ ବ୍ୟାଙ୍କର ଆକାଉଣ୍ଟ ଥିଲା। ସେହି ଆକାଉଣ୍ଟରୁ ଦେଢ଼ ଲକ୍ଷ ଟଙ୍କା କଟିଯାଇଥିଲା।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Iw5pgWR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages