ଆଜିଠୁ ମାଟ୍ରିକ ପରୀକ୍ଷା; ୩, ୨୧୮ଟି କେନ୍ଦ୍ରରେ ହେବ ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 9, 2023

ଆଜିଠୁ ମାଟ୍ରିକ ପରୀକ୍ଷା; ୩, ୨୧୮ଟି କେନ୍ଦ୍ରରେ ହେବ ପରୀକ୍ଷା

ଆଜିଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ସକାଳ ୮ ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରି ବକ୍ସ ନେବାର ଅନୁମତି ରହିଛି।

ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମଧ୍ୟମା ଏବଂ ଓପନ ସ୍କୁଲ ପରୀକ୍ଷା ମଧ୍ୟ ସେହି ସମୟ ମଧ୍ୟରେ ହେବ । ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏଥିପାଇଁ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଛି । ନକ୍ସଲ ଅଧ୍ୟୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଛି ।

ମାଟ୍ରିକ ପରୀକ୍ଷା ସମୟରେ ଯେପରି ପ୍ରଶ୍ନପତ୍ର ଲିକ୍‌ ନହେବ, ସେଥିପ୍ରତି ରାଜ୍ୟ ସରକାର ଓ ବୋର୍ଡ଼ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ପ୍ରଶ୍ନ ପତ୍ର ଭାଇରାଲ ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ପରୀକ୍ଷା ସମୟରେ ମୋବାଇଲ ବନ୍ଦ କରି ଗୋଟିଏ ସ୍ଥାନରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମସ୍ତ ପରୀକ୍ଷା କେନ୍ଦ୍ରରେ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ପ୍ରଶ୍ନପତ୍ର ପହଞ୍ଚିବ। ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଯିବା ସମୟରେ କଡା ସୁରକ୍ଷା ଯୋଗାଇ ଦିଆଯିବ। କପି ରୋକିବାକୁ ସମୁଦାୟ ୭୪ଟି ସ୍କ୍ୱାର୍ଡ ଗଠନ କରାଯାଇଛି। ୫୭ଟି ସେଣ୍ଟ୍ରାଲ ସ୍କ୍ୱାର୍ଡ ଅଚାନକ ପରୀକ୍ଷା କେନ୍ଦ୍ର ବୁଲିବେ ଓ ପରୀକ୍ଷା ସମ୍ପର୍କରେ ବୁଝିବେ। ନକ୍ସଲ ପ୍ରବଣ ଜିଲ୍ଲାରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/WSvnbxK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages