ପଶ୍ଚିମା ଝଡ଼ ପ୍ରଭାବ; ୧୩ଟି ଜିଲ୍ଲାକୁ ୱାର୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 26, 2023

ପଶ୍ଚିମା ଝଡ଼ ପ୍ରଭାବ; ୧୩ଟି ଜିଲ୍ଲାକୁ ୱାର୍ଣିଂ ଜାରି

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି।  ଏହାସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ବର୍ଷା ହେବାସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। 

 ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହେବା ସହ ଗୁଳଳିଗୁଳି ମଧ୍ୟ ହୋଇଥିଲ। କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା। ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା।

 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/UhVtJEw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages