ସମ୍ବଲପୁରରେ କୋହଳ ହେଲା କର୍ଫ୍ୟୁ,ଗିରଫଦାରୀ ସଂଖ୍ୟା ୮୫କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 16, 2023

ସମ୍ବଲପୁରରେ କୋହଳ ହେଲା କର୍ଫ୍ୟୁ,ଗିରଫଦାରୀ ସଂଖ୍ୟା ୮୫କୁ ବୃଦ୍ଧି

ସମ୍ବଲପୁରରେ ଆଜିଠୁ କୋହଳ ହୋଇଛି କର୍ଫ୍ୟୁ। ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିବା ଦେଖି ଲାଗୁ ହୋଇଥିବା କର୍ଫ୍ୟୁକୁ ପୁଣି କୋହଳ କରିଛି ଜିଲ୍ଲା ପ୍ରଶାସନ। ସକାଳେ ଏବଂ ଅପରାହ୍ନରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ପୂର୍ବରୁ ଯେଉଁ ୨ ଘଣ୍ଟିଆ କୋହଳ କରାଯାଇଥିଲା। ପରେ ତାର ସମୟ ଅବଧିକୁ ଆହୁରି ବଢ଼ାଇ ଦିଆଯାଇଛି। ସକାଳ ସାଢ଼େ ୭ରୁ ସାଢ଼େ ୧୧ ଏବଂ ଅପରାହ୍ନରେ ସାଢ଼େ ୩ଟାରୁ ସଂଧ୍ୟା ୬ଟା ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି। ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।

ଅନ୍ୟପକ୍ଷରେ ସମ୍ବଲପୁର ହିଂସା ଘଟଣାରେ ଗିରଫଦାରୀ ସଂଖ୍ୟା ଆଉ ୬କୁ ବୃଦ୍ଧି ପାଇଛି । ୧୨ ତାରିଖ ପଥରମାଡ଼ ପାଇଁ ୩ ଗିରଫ ହୋଇଥିବା ବେଳେ ୧୪ରେ ଦୋକାନ ଭଙ୍ଗାରୁଜା ପାଇଁ ଆଉ ୩ ଗିରଫ ହୋଇଛନ୍ତି । ଏହି ୬ ଜଣ ଗିରଫଙ୍କୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି। ହିଂସାକାଣ୍ଡ ସମୟର ସିସିଟିଭି ଫୁଟେଜକୁ ନେଇ ଛାନଭିନ ଚଳାଇଛି ସମ୍ବଲପୁର ପୁଲିସ ।

ସୂଚନାଯୋଗ୍ୟ, ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ପୁଲିସ୍‌ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣାପରଠୁ ସମ୍ବଲପୁରରେ ଉତ୍ତେଜନା ଲାଗି ରହିଥିଲା। ଉତ୍ତ୍ୟକ୍ତ ଲୋକମାନେ ଦୋକାନ ପୋଡ଼ାଜଳା କରିବା ସହ ଭଙ୍ଗାରୁଜା କରିଥିଲେ। ଏହାକୁ ଦୃଷ୍ଟିରେ ସମ୍ବଲପୁରରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦିଆଯାଇଥିଲା।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/oDh9RIB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages