ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୪୮ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସମ୍ବଲପୁର ଜିଲ୍ଲାରେ ଲାଗି ରହିଥିବା ଉତ୍ତେଜନା ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି।
୧୩ ତାରିଖରେ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ଆଜି ସକାଳ ୧୦ଟାରେ ଏହାର ଅବଧି ସୁରୁଥିଲା। ଉତ୍ତେଜନା ମୂଳକ ପରିସ୍ଥିତି ଲାଗି ରହିଥିବାରୁ ପୁଣି ଇଣ୍ଟରନେଟ ସେବା ଅବଧିକୁ ବୃଦ୍ଧି କରାଯାଇଛି।
ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ କହିଛନ୍ତି, ଗୁଜବ ପ୍ରଚାର କରନ୍ତ ନାହିଁ। ଗୁଜବ ଉପରେ ବିଶ୍ୱାସ କରନ୍ତୁ ନାହିଁ। ଯଦି କୌଣସି ଗୁଜବ ଶୁଣୁଛନ୍ତି ତାହାହେଲେ ତୁରନ୍ତ ଥାନାରେ ଜଣାନ୍ତୁ। ସ୍ଥିତି ନିୟନ୍ତ୍ରଣାଧୀନ ଅଛି। ସହରେ ୪୩ ପ୍ଲାଟୁନ ପୁଲିସ ଫୋର୍ସ ମୁୟତନ କରାଯାଇଛି। ଆସନ୍ତାକାଲି ହେବାକୁ ଥିବା ବିଭିନ୍ନ ପରୀକ୍ଷା ନେଇ ବିଚାରବିମର୍ଶ ଚାଲିଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ରହିଛି।
ସମ୍ବଲପୁରରେ ହିଂସାକାଣ୍ଡ ନେଇ ଡିଜିପି ସୁନୀଲ ବଂଶଲ କହିଛନ୍ତି, ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଅଧିକ ଫୋର୍ସ ସମ୍ବଲପୁରକୁ ପଠାଯାଇଛି। ବରିଷ୍ଠ ଅଧିକାରୀ ମୁତୟନ ଅଛନ୍ତି, ଏବେ ସ୍ଥିତି ଶାନ୍ତିପୂର୍ଣ୍ଣ ରହିଛି। ସ୍ଥିତି ଦେଖି କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଗଣ୍ଡଗୋଳକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।
ସୂଚନାଯୋଗ୍ୟ, ଗତ ୧୨ ତାରିଖ ରାତିରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ସମ୍ବଲପୁର ସହରରେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ପୁଲିସ୍ ଏହାକୁ ଅଟକାଇବାକୁ ଚେଷ୍ଟା କରିବାରୁ ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ। ଏଥିରେ ଅତିରିକ୍ତ ଏସ୍ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ ଏହି ଘଟଣାପରଠୁ ସମ୍ବଲପୁରରେ ଉତ୍ତେଜନା ଲାଗିରହିଛି। ପରିସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାରେ ଲାଗିଛି। ସହରରେ ବହୁ ପୁଲିସ୍ ଫୋର୍ସ ମୁତୟନ ସତ୍ତ୍ୱେ ଗତ ୨ ଦିନ ହେବ ସହରର ବହୁ ଦୋକାନ ବଜାର ପୋଡ଼ା ଜଳା ଘଟଣା ସାମନାକୁ ଆସିଛି।
ଗତକାଲି ରାତିରେ କଡ଼ା ସୁରକ୍ଷା ବଳୟରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ଏହି ସମୟରେ ବହୁ ସଂଖ୍ୟାରେ ପୁଲିସ୍ ମୁତୟନ ଥିବା ସତ୍ତ୍ୱେ ଦୋକାନ ପୋଡ଼ାଜଳା କରାଯିବା ସହ ହିଂସାତ୍ମକ ଘଟଣା ଘଟିଥିଲା। ପରିସ୍ଥିତି ଅଣାୟତ୍ତ ହୋଇ ପଡ଼ିବାରୁ ଗତକାଲି ରାତି ୧୨ଟାରୁ ସହରରର ୬ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ କରାଯାଇଥିଲା।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/CaFI4Rf
No comments:
Post a Comment