ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ; ଜୀଅନ୍ତା ଜଳିଗଲେ ୨୧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 18, 2023

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ; ଜୀଅନ୍ତା ଜଳିଗଲେ ୨୧

ଚୀନ ରାଜଧାନୀ ବେଜିଂର ଏକ ହସ୍ପିଟାଲରେ ଗତକାଲି ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୧ ଜଣ ଜୀଅନ୍ତା ଜଳି ଯାଇଥିବା ବେଳେ ୭୧ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି।

ବେଜିଂସ୍ଥିତ ଚାଙ୍ଗଫେଙ୍ଗ ହସ୍ପିଟାଲରେ ଗତକାଲି ମଧ୍ୟାହ୍ନ ସମୟରେ ନିଆଁ ବାହାରୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏହାପରେ ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ସେତେବେଳକୁ ନିଆଁ ହୁତୁହୁତୁ ହୋଇ ଜଳୁଥିବା ବେଳେ ପ୍ରାଣ ବିକଳରେ ଲୋକେ ନିଜ ରୋଗୀଙ୍କୁ ଧରି ଚାରିଆଡ଼େ ଦୌଡ଼ିବାକୁ ଲାଗୁଥିଲେ। କିଛି ଲୋକ ପ୍ରାଣ ବିକଳରେ ଉପରୁ ତଳକୁ ଡେଉଁଥିବା ବେଳେ ଆଉ କିଛି ଝରକା ବାହାରେ ଓହଳିଥିଲେ।

ଅଗ୍ନିଶମ କର୍ମଚାରୀ ତୁରନ୍ତ ନିଆଁକୁ ଆୟତ୍ତ କରିବା ସହ ହସ୍ପିଟାଲରେ ଫସିଥିବା ଲୋକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କରିଥିଲେ। ଅଗ୍ନିକାଣ୍ଡ ଯୋଗୁ ବହୁ ଜଣଙ୍କ ଶରୀର ପୋଡ଼ି ଯାଇଥିଲା। ତୁରନ୍ତ ସମସ୍ତଙ୍କୁ ନିକଟସ୍ଥ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ ଡାକ୍ତର ସେଠାରେ ୨୧ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟମାନଙ୍କ ଚିକିତ୍ସା ଚାଲିଥିବା ବେଳେ ବହୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ତେଣୁ ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। 

ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ ଅଗ୍ନିକାଣ୍ଡ ପଛର କାରଣ କ’ଣ ତାହା ସ୍ପଷ୍ଟ ହୋଇନାହିଁ। ଏହା ଏକ ଦୁର୍ଘଟଣା ନା ଏହା ପଛରେ କାହାର ହାତ ଅଛି ତାହାର ତଦନ୍ତ କରୁଛି ପୁଲିସ୍‌ ।

ସେହିପରି ଚୀନ୍‌ର ଜିହୁଁଆ ସହରସ୍ଥିତ ଏକ ଫ୍ୟାକ୍ଟ୍ରିରେ ସୋମବାର ନିଆଁ ଲାଗି ୧୧ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ପୁଲିସ୍‌, ଅଗ୍ନିଶମ କର୍ମଚାରୀ, ଆପାତ୍ତକାଳୀନ ଚିକିତ୍ସା କର୍ମୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଏହାପରେ ଘଟଣାସ୍ଥଳରୁ ୧୧ ଶବ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/ZCahuPJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages