ଆଜିଠୁ ଯୁକ୍ତ ଦୁଇ ଖାତାଦେଖା। ଆଜିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ରେ ସରିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ମେ’ ୭ ରେ ସରିବ। ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ ଟି ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ।
ଖାତା ଦେଖାରେ ପାଖାପାଖି ୧୫ ହଜାର ଅଧ୍ୟାପକ ଓ ଅଧ୍ୟାପିକା ସାମିଲ ହେବେ। ମେ’ ୭ ରେ ଖାତା ଦେଖା ସରିବା ପରେ ଆରମ୍ଭ ହେବ ଟେବୁଲେସନ। ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।
ମୂଲ୍ୟାୟନ କେନ୍ଦ୍ର ଗୁଡିକ ମଧ୍ୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ କୁହାଯାଇଛି। କେନ୍ଦ୍ରକୁ ମୋବାଇଲ୍ ଓ ଅନ୍ୟ ବୈଦୁତିକ ସାମଗ୍ରୀ ଆଣିବା ଉପରେ କଟକଣା ଜାରି ହୋଇଛି।
ସୂଚନାଯୋଗ୍ୟ, ମାର୍ଚ୍ଚ ୧ରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥର କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିନିମନ୍ତେ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଥିଲା।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/kljU8Mf
No comments:
Post a Comment