ଦୁର୍ବଳ ହୋଇଛି। ହେଲେ ଅସ୍ତିତ୍ୱ ଲୋପ ପାଇନି। ଆଗଭଳି ଲୋକେ ଆଉ କରୋନା ମହାମାରୀକୁ ଭୟ କରୁନାହାନ୍ତି କିନ୍ତୁ ଭୟ ଦେଖାଇବା ବନ୍ଦ କରିନି ଭାଇରସ୍। ଗତକାଲିଠାରୁ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩ ପ୍ରତିଶତ ବୃଦ୍ଧି ପାଇଛି। ଏଥିସହ ଆଜି କରୋନା ମାମଲା ୬,୦୦୦ ଟପି ଯାଇଛି। ଆକ୍ଟିଭ ମାମଲା ୨୮,୦୦୦ ଉପରେ ଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୦୫୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୪୫,୧୦୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ମହାମାରୀ ୧୪ଟି ମୁଣ୍ଡ ନେଇଥିବା ବେଳେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୪୩କୁ ବୃଦ୍ଧି ପାଇଛି।
ଦେଶରେ ଦୈନିକ କୋଭିଡ୍-୧୯ ‘ପଜିଟିଭିଟି’ ହାର ୩.୩୯ ଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୩.୦୨ ପ୍ରତିଶତ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁଏହି ସୂଚନା ଜାରି କରାଯାଇଛି ।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୮୫,୮୫୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୩୦୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୦,୭୦୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୭୫,୫୩୩ଟି ନମୁନା।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/O7C3j2F
No comments:
Post a Comment